< ଗୀତସଂହିତା 1 >

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Heri mtu yule ambaye haendi katika shauri la watu waovu, wala hasimami katika njia ya wenye dhambi, au kuketi katika baraza la wenye mizaha.
2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
Bali huifurahia sheria ya Bwana, naye huitafakari hiyo sheria usiku na mchana.
3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
Mtu huyo ni kama mti uliopandwa kando ya vijito vya maji, ambao huzaa matunda kwa majira yake na majani yake hayanyauki. Lolote afanyalo hufanikiwa.
4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
Sivyo walivyo waovu! Wao ni kama makapi yapeperushwayo na upepo.
5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
Kwa hiyo waovu hawatastahimili hukumu, wala wenye dhambi katika kusanyiko la wenye haki.
6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
Kwa maana Bwana huziangalia njia za mwenye haki, bali njia ya waovu itaangamia.

< ଗୀତସଂହିତା 1 >