< ପ୍ରକାଶିତ 1 >
1 ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହିସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ବର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ।
Otkrivenje Isusa Krista: njemu ga dade Bog da on pokaže slugama svojim ono što se ima dogoditi ubrzo. I on to označi poslavši svog anđela sluzi svomu Ivanu
2 ସେହି ଯୋହନ ଈଶ୍ବରଙ୍କ ବାକ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ ଦେଖିଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି।
koji posvjedoči za riječ Božju i za svjedočanstvo Isusa Krista - za sve što vidje.
3 ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।
Blago onomu koji čita i onima što slušaju riječi ovog proroštva te čuvaju što je u njem napisano. Jer vrijeme je blizu!
4 ଯୋହନ ଏସିଆ ଅଞ୍ଚଳରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Ivan sedmerim crkvama u Aziji. Milost vam i mir od Onoga koji jest i koji bijaše i koji dolazi i od sedam duhova što su pred Prijestoljem njegovim
5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
i od Isusa Krista, Svjedoka vjernoga, Prvorođenca od mrtvih, Vladara nad kraljevima zemaljskim. Njemu koji nas ljubi, koji nas krvlju svojom otkupi od naših grijeha
6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍। (aiōn )
te nas učini kraljevstvom, svećenicima Bogu i Ocu svojemu: Njemu slava i vlast u vijeke vjekova! Amen! (aiōn )
7 “ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍।”
Gle, dolazi s oblacima i gledat će ga svako oko, svi koji su ga proboli, i naricat će nad njim sva plemena zemaljska. Da! Amen.
8 “ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”
Ja sam Alfa i Omega, govori Gospodin Bog - Onaj koji jest i koji bijaše i koji dolazi, Svevladar.
9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।
Ja, Ivan, brat vaš i suzajedničar u nevolji, kraljevstvu i postojanosti, u Isusu: bijah na otoku zvanu Patmos radi riječi Božje i svjedočanstva Isusova.
10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
Zanijeh se u duhu u dan Gospodnji i začuh iza sebe jak glas, kao glas trublje.
11 “ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”
Govoraše: “Što vidiš, napiši u knjigu i pošalji sedmerim crkvama: U Efez, Smirnu, Pergam, Tijatiru, Sard, Filadelfiju, Laodiceju.”
12 କିଏ ମୋ ସହିତ କଥା କହୁଅଛନ୍ତି, ଏହା ଦେଖିବା ନିମନ୍ତେ ମୁଁ ବୁଲିପଡ଼ିଲି। ଆଉ ବୁଲିପଡ଼ନ୍ତେ ମୁଁ ଦେଖିଲି, ସପ୍ତ ସୁବର୍ଣ୍ଣ ପ୍ରଦୀପ,
Okrenuh se da vidim glas koji govoraše sa mnom. I okrenuvši se, vidjeh sedam zlatnih svijećnjaka,
13 ପୁଣି, ସେହି ପ୍ରଦୀପଗୁଡ଼ିକର ମଧ୍ୟସ୍ଥଳରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ବ୍ୟକ୍ତି; ସେ ପାଦ ପର୍ଯ୍ୟନ୍ତ ବସ୍ତ୍ରରେ ଆଚ୍ଛାଦିତ ଓ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ଦ୍ୱାରା ବେଷ୍ଟିତ;
a posred svijećnjaka netko kao Sin Čovječji, odjeven u dugu haljinu, oko prsiju opasan zlatnim pojasom;
14 ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
glava mu i vlasi bijele poput bijele vune, poput snijega, a oči mu kao plamen ognjeni;
15 ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
noge mu nalik mjedi uglađenoj, kao u peći užarenoj, a glas mu kao šum voda mnogih;
16 ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା।
u desnici mu sedam zvijezda, iz usta mu izlazi mač dvosječan, oštar, a lice mu kao kad sunce sjaji u svoj svojoj snazi.
17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,
Kad ga vidjeh, padoh mu k nogama kao mrtav. A on stavi na me desnicu govoreći: “Ne boj se! Ja sam Prvi i Posljednji,
18 “ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି। (aiōn , Hadēs )
i Živi! Mrtav bijah, a evo živim u vijeke vjekova te imam ključe Smrti, i Podzemlja. (aiōn , Hadēs )
19 ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହିସବୁ ଲିପିବଦ୍ଧ କର।
Napiši dakle što si vidio: ono što jest i što se ima dogoditi poslije.
20 ଆମ୍ଭର ଦକ୍ଷିଣ ହସ୍ତରେ ଯେଉଁ ସପ୍ତ ନକ୍ଷତ୍ର ଦେଖିଲ, ସେଥିର ଓ ସପ୍ତ ସୁବର୍ଣ୍ଣ ପ୍ରଦୀପର ଅର୍ଥ ଏହି, ସେହି ସପ୍ତ ନକ୍ଷତ୍ର ସପ୍ତ ମଣ୍ଡଳୀର ଦୂତଗଣ ଓ ସପ୍ତ ପ୍ରଦୀପ ସପ୍ତ ମଣ୍ଡଳୀ ଅଟନ୍ତି।”
Glede tajne onih sedam zvijezda koje vidje u mojoj desnici i sedam zlatnih svijećnjaka: sedam zvijezda anđeli su sedam crkava, sedam svijećnjaka sedam je crkava.”