< ପ୍ରକାଶିତ 10 >
1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Mito kykle malaika asi grji shulu ni ye a he mimi kpan, ndirderin a he ni tuma. shishi a he na kpan rji, izarna a he na kla lu.
2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ ଥିଲା। ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
Ni wo ma agji vin vuvu tsisan ma, wa mba buu ayo zanma ni minei iza ma wukon myriya ma ni memi.
3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
A tre ni klekle lan na lan wu chen (zaki) wa tre ni ikro mba.
4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋ ପ୍ରତି ଆକାଶରୁ ଏହି ଉକ୍ତ ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ।
Wa inza tagban mba tre rju ninra mi son ta ha, ndi wo lan wa arji ni shulu nda tre, nka igpi wa in zan tagban mba tre. Na ha mba na.
5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ,
Malaika wa mito akri ni tu nei ni meme azuwoma inkon rli hi ni shulu.
6 ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ; (aiōn )
A retse ninde wa ahe tu ni tsemu, wa ati shulu ni gpi mba wa mba he nimima, ni meme ni gpi wawu wa mba he nimima malaika la, inton he nganan. (aiōn )
7 ମାତ୍ର ଈଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।
Mifi wa malaika wu tagban ni son nuri gburju mani, ni wa yi igpi irji ri ni ye ni kpan, ahe nawa latre ndudima ni imri konma annabawa.
8 ପୁଣି, ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲେ, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ଡାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର।
Un wami wo ni shulu ala trenime Hi ndi mban vuvu wa mba bwu, ahe niwo malaika wa akri nitu nei mba n meme.
9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି। ସେ ମୋତେ କହିଲେ, ଏହା ନେଇ ଭୋଜନ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମହୁ ପରି ମିଷ୍ଟ ଲାଗିବ।
Mi hi ni malaika ndi lan niwu ndi me vuwu tsitsa mba. A la nimu “mban vuvu ndi ri inne me ni nri ni nyu me a ni ron na tunn ni nyume.
10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭୋଜନ କଲି; ତାହା ମୋ ମୁଖକୁ ମହୁ ପରି ମିଠା ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା।
Mi mban fiv vuvu ni wo malaika ndi ari wu a ron na lurin ni nyumu, wa me ri, inne mu nri.
11 ତତ୍ପରେ ମୋତେ କୁହାଗଲା, ଅନେକ ଲୋକ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ।
In drori tre me, wu la gpi ni tun ndegbugbuwu, gbugblu, inlemen ni hi chu.