< ପ୍ରକାଶିତ 11 >

1 ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।
Καὶ ἐδόθη μοι κάλαμος ὅμοιος ῥάβδῳ, λέγων, Ἔγειρε, καὶ μέτρησον τὸν ναὸν τοῦ θεοῦ, καὶ τὸ θυσιαστήριον, καὶ τοὺς προσκυνοῦντας ἐν αὐτῷ·
2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
καὶ τὴν αὐλὴν τὴν ἔξωθεν τοῦ ναοῦ ἔκβαλε ἔξωθεν, καὶ μὴ αὐτὴν μετρήσῃς, ὅτι ἐδόθη τοῖς ἔθνεσιν· καὶ τὴν πόλιν τὴν ἁγίαν πατήσουσιν μῆνας τεσσεράκοντα δύο.
3 ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।
Καὶ δώσω τοῖς δυσὶν μάρτυσίν μου, καὶ προφη τεύσουσιν ἡμέρας χιλίας διακοσίας ἑξήκοντα, περιβεβλημένους σάκκους.
4 ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ।
οὗτοί εἰσιν αἱ δύο ἐλαῖαι, καὶ αἱ δύο λυχνίαι αἱ ἐνώπιον τοῦ κυρίου τῆς γῆς ἑστῶτες.
5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ।
καὶ εἴ τις αὐτοὺς θέλει ἀδικῆσαι, πῦρ ἐκπορεύεται ἐκ τοῦ στόματος αὐτῶν, καὶ κατεσθίει τοὺς ἐχθροὺς αὐτῶν· καὶ εἴ τις αὐτοὺς θελήσῃ ἀδικῆσαι, οὕτως δεῖ αὐτὸν ἀποκτανθῆναι.
6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।
οὗτοι ἔχουσιν τὴν ἐξουσίαν κλεῖσαι τὸν οὐρανόν, ἵνα μὴ ὑετὸς βρέχῃ τὰς ἡμέρας τῆς προφητείας αὐτῶν· καὶ ἐξουσίαν ἔχουσιν ἐπὶ τῶν ὑδάτων, στρέφειν αὐτὰ εἰς αἷμα, καὶ πατάξαι τὴν γῆν ἐν πάσῃ πληγῇ, ὁσάκις ἐὰν θελήσωσιν.
7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ। (Abyssos g12)
καὶ ὅταν τελέσωσιν τὴν μαρτυρίαν αὐτῶν, τὸ θηρίον τὸ ἀναβαῖνον ἐκ τῆς ἀβύσσου ποιήσει μετ᾽ αὐτῶν πόλεμον, καὶ νικήσει αὐτούς, καὶ ἀποκτενεῖ αὐτούς. (Abyssos g12)
8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ।
καὶ τὸ πτῶμα αὐτῶν ἐπὶ τῆς πλατείας τῆς πόλεως τῆς μεγάλης, ἥτις καλεῖται πνευματικῶς Σόδομα καὶ Αἴγυπτος, ὅπου καὶ ὁ κύριος αὐτῶν ἐσταυρώθη.
9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ।
καὶ βλέπουσιν ἐκ τῶν λαῶν καὶ φυλῶν καὶ γλωσσῶν καὶ ἐθνῶν τὸ πτῶμα αὐτῶν ἡμέρας τρεῖς καὶ ἥμισυ, καὶ τὰ πτώματα αὐτῶν οὐκ ἀφίουσιν τεθῆναι εἰς μνῆμα.
10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ।
καὶ οἱ κατοικοῦντες ἐπὶ τῆς γῆς χαίρουσιν ἐπ᾽ αὐτοῖς, καὶ εὐφραίνονται· καὶ δῶρα πέμψουσιν ἀλλήλοις, ὅτι οὗτοι οἱ δύο προφῆται ἐβασάνισαν τοὺς κατοικοῦντας ἐπὶ τῆς γῆς.
11 ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।
Καὶ μετὰ τὰς τρεῖς ἡμέρας καὶ ἥμισυ, πνεῦμα ζωῆς ἐκ τοῦ θεοῦ εἰσῆλθεν ἐν αὐτοῖς, καὶ ἔστησαν ἐπὶ τοὺς πόδας αὐτῶν, καὶ φόβος μέγας ἐπέπεσεν ἐπὶ τοὺς θεωροῦντας αὐτούς.
12 ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
καὶ ἤκουσαν φωνῆς μεγάλης ἐκ τοῦ οὐρανοῦ, λεγούσης αὐτοῖς, Ἀνάβατε ὧδε. καὶ ἀνέβησαν εἰς τὸν οὐρανὸν ἐν τῇ νεφέλῃ, καὶ ἐθεώρησαν αὐτοὺς οἱ ἐχθροὶ αὐτῶν.
13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।
καὶ ἐν ἐκείνῃ τῇ ὥρᾳ ἐγένετο σεισμὸς μέγας, καὶ τὸ δέκατον τῆς πόλεως ἔπεσεν, καὶ ἀπεκτάνθησαν ἐν τῷ σεισμῷ ὀνόματα ἀνθρώπων χιλιάδες ἑπτά· καὶ οἱ λοιποὶ ἔμφοβοι ἐγένοντο, καὶ ἔδωκαν δόξαν τῷ θεῷ τοῦ οὐρανοῦ.
14 ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି।
ἡ οὐαὶ ἡ δευτέρα ἀπῆλθεν· ἰδοὺ ἡ οὐαὶ ἡ τρίτη ἔρχεται ταχύ.
15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।” (aiōn g165)
Καὶ ὁ ἕβδομος ἄγγελος ἐσάλπισεν, καὶ ἐγένοντο φωναὶ μεγάλαι ἐν τῷ οὐρανῷ, λέγουσαι, Ἐγένετο ἡ βασιλεία τοῦ κόσμου, τοῦ κυρίου ἡμῶν, καὶ τοῦ χριστοῦ αὐτοῦ, καὶ βασιλεύσει εἰς τοὺς αἰῶνας τῶν αἰώνων. (aiōn g165)
16 ସେଥିରେ ଈଶ୍ବରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ବରଙ୍କୁ ପ୍ରଣାମ କରି କହିଲେ,
καὶ οἱ εἴκοσι τέσσαρες πρεσβύτεροι οἱ ἐνώπιον τοῦ θεοῦ οἳ κάθηνται ἐπὶ τοὺς θρόνους αὐτῶν, ἔπεσαν ἐπὶ τὰ πρόσωπα αὐτῶν, καὶ προσεκύνησαν τῷ θεῷ,
17 “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।
λέγοντες, Εὐχαριστοῦμέν σοι, κύριε ὁ θεὸς ὁ παντοκράτωρ, ὁ ὢν καὶ ὁ ἦν, ὅτι εἴληφας τὴν δύναμίν σου τὴν μεγάλην, καὶ ἐβασίλευσας.
18 ଅଣଯିହୁଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି, ମୃତମାନଙ୍କ ବିଚାର କରିବା ସମୟ, ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଏବଂ ତୁମ୍ଭ ନାମର ଭୟକାରୀ, ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର, ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା।”
καὶ τὰ ἔθνη ὠργίσθησαν, καὶ ἦλθεν ἡ ὀργή σου, καὶ ὁ καιρὸς τῶν νεκρῶν, κριθῆναι, καὶ δοῦναι τὸν μισθὸν τοῖς δούλοις σου τοῖς προφήταις, καὶ τοῖς ἁγίοις καὶ τοῖς φοβουμένοις τὸ ὄνομά σου, τοὺς μικροὺς καὶ τοὺς μεγάλους, καὶ διαφθεῖραι τοὺς διαφθείροντας τὴν γῆν.
19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Καὶ ἠνοίγη ὁ ναὸς τοῦ θεοῦ ὁ ἐν τῷ οὐρανῷ, καὶ ὤφθη ἡ κιβωτὸς τῆς διαθήκης αὐτοῦ ἐν τῷ ναῷ αὐτοῦ· καὶ ἐγένοντο ἀστραπαὶ καὶ φωναὶ καὶ βρονταὶ καὶ σεισμὸς καὶ χάλαζα μεγάλη.

< ପ୍ରକାଶିତ 11 >