< ପ୍ରକାଶିତ 12 >
1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
Kukaonekana ishara kuu mbinguni: Palikuwa na mwanamke aliyevikwa jua, na mwezi ukiwa chini ya miguu yake, na taji ya nyota kumi na mbili ilikuwa kichwani mwake.
2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।
Alikuwa na mimba naye akilia kwa uchungu kwa kuwa alikuwa anakaribia kuzaa.
3 ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
Kisha ishara nyingine ikaonekana mbinguni: Likaonekana joka kubwa jekundu lenye vichwa saba na pembe kumi na taji saba katika vichwa vyake.
4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
Mkia wake ukakokota theluthi ya nyota zote angani na kuziangusha katika nchi. Ndipo lile joka likasimama mbele ya yule mwanamke aliyekuwa karibu kuzaa ili lipate kumla huyo mtoto mara tu atakapozaliwa.
5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।
Yule mwanamke akazaa mtoto mwanaume, atakayeyatawala mataifa yote kwa fimbo yake ya utawala ya chuma. Lakini huyo mtoto akanyakuliwa na kupelekwa kwa Mungu kwenye kiti chake cha enzi.
6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
Yule mwanamke akakimbilia jangwani, ambako Mungu alikuwa amemtayarishia mahali ili apate kutunzwa huko kwa muda wa siku 1,260.
7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Basi palikuwa na vita mbinguni: Mikaeli na malaika zake wakapigana na hilo joka, nalo joka pamoja na malaika zake likapigana nao.
8 କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
Lakini joka na malaika zake wakashindwa, na hapakuwa tena na nafasi yao huko mbinguni.
9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Lile joka kuu likatupwa chini, yule nyoka wa zamani aitwaye ibilisi au Shetani, aupotoshaye ulimwengu wote. Akatupwa chini duniani, yeye pamoja na malaika zake.
10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
Kisha nikasikia sauti kuu mbinguni, ikisema: “Sasa wokovu na uweza na Ufalme wa Mungu wetu umekuja na mamlaka ya Kristo wake. Kwa kuwa ametupwa chini mshtaki wa ndugu zetu, anayewashtaki mbele za Mungu usiku na mchana.
11 ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Nao wakamshinda kwa damu ya Mwana-Kondoo na kwa neno la ushuhuda wao. Wala wao hawakuyapenda maisha yao hata kufa.
12 ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”
Kwa hiyo, furahini ninyi mbingu na wote wakaao humo! Lakini ole wenu nchi na bahari, kwa maana huyo ibilisi ameshuka kwenu, akiwa amejaa ghadhabu, kwa sababu anajua ya kuwa muda wake ni mfupi!”
13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
Lile joka lilipoona kuwa limetupwa chini duniani, lilimfuatilia yule mwanamke aliyekuwa amezaa mtoto mwanaume.
14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।
Lakini huyo mwanamke akapewa mabawa mawili ya tai mkubwa, kusudi aweze kuruka mpaka mahali palipotayarishwa kwa ajili yake huko jangwani, ambako atatunzwa kwa wakati na nyakati na nusu, ya wakati ambako yule joka hawezi kufika.
15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Ndipo lile joka likamwaga maji kama mto kutoka kinywani mwake, ili kumfikia huyo mwanamke na kumkumba kama mafuriko.
16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।
Lakini nchi ikamsaidia huyo mwanamke kwa kufungua kinywa na kuumeza huo mto ambao huyo joka alikuwa ameutoa kinywani mwake.
17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;
Kisha lile joka likapatwa na hasira kali kwa ajili ya huyo mwanamke na likaondoka ili kupigana vita na watoto waliosalia wa huyo mwanamke, yaani, wale wanaozitii amri za Mungu na kuushika ushuhuda wa Yesu Kristo.