< ପ୍ରକାଶିତ 12 >

1 ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ।
Велике знамення з’явилось на небі: жінка, зодягнена в сонце, яка [мала] місяць під ногами, а на її голові був вінок із дванадцяти зірок.
2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।
Вона була вагітна та кричала від болю, бо терпіла вже муки народження.
3 ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ।
Потім на небі з’явилося ще одне знамення: величезний червоний дракон із сімома головами, десятьма рогами та сімома коронами на головах.
4 ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା।
Його хвіст змів із неба третину зірок і кинув їх на землю. Дракон стояв перед жінкою, яка збиралася народити, щоб зжерти її дитину, коли вона народиться.
5 ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ।
[Жінка] народила сина, дитину чоловічої статі, яка «буде панувати над усіма народами залізним жезлом». Її дитя було взяте до Бога й до Його престолу.
6 ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।
Жінка ж втекла в пустелю, до місця, підготовленого для неї Богом, щоб там про неї могли піклуватися тисячу двісті шістдесят днів.
7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
І сталася на небі війна. Михаїл та його ангели воювали проти дракона, а дракон та його ангели воювали [проти них].
8 କିନ୍ତୁ ସେମାନେ ଜୟ କରିପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ।
І не змогли вони перемогти, і втратили своє місце на небі.
9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Великого дракона, давнього змія, якого називають дияволом або сатаною, що зводить увесь світ із дороги, було кинуто на землю разом із його ангелами.
10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
Тоді я почув гучний голос на небі, що казав: «Тепер прийшли спасіння та сила, Царство нашого Бога та влада Його Христа. Бо скинуто обвинувача наших братів, [скинуто] того, хто обвинувачував їх перед Богом вдень та вночі.
11 ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Вони перемогли його через кров Агнця та через слово свого свідчення і не полюбили свого життя аж до смерті.
12 ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”
Тому радійте, небеса і всі, хто живе в них! [Але] горе землі та морю, бо диявол зійшов до вас. Він сповнений великої люті, бо він знає, що має обмаль часу».
13 ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା।
Коли дракон побачив, що його кинули на землю, він почав переслідувати жінку, яка народила хлопчика.
14 ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।
Але жінці були дані два великі орлині крила, щоб вона могла полетіти в пустелю, до місця, [підготовленого] для неї. Там, де про неї піклуватимуться три з половиною роки, далеко від змія.
15 ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା।
Тоді змій зі свого рота випустив воду, наче річку, щоб змити її потоком.
16 କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।
Але земля допомогла жінці: відкривши рота, вона проковтнула річку, яку дракон випустив зі свого рота.
17 ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;
Тоді дракон розлютився на жінку й пішов воювати проти решти її нащадків – тих, хто виконує Божі заповіді й дотримується свідчення Ісуса.

< ପ୍ରକାଶିତ 12 >