< ପ୍ରକାଶିତ 13 >

1 ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା। ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।
Потім [дракон] став на березі моря. І я побачив звіра, що виходив із моря. Він мав десять рогів і сім голів, на своїх рогах він мав десять корон, і на кожній голові було богохульне ім’я.
2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।
Звір, якого я бачив, був подібний до леопарда, однак його ноги були, як у ведмедя, а паща – як у лева. Дракон дав [звірові] свою силу, свій престол і велику владу.
3 ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,
Одна з голів [звіра] мала начебто смертельну рану, але ця рана була загоєна. І вся земля була вражена та пішла за звіром.
4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?
Люди поклонялися дракону, бо він дав владу звіру, а також поклонялися звіру, кажучи: «Хто подібний до звіра? Хто може вести війну проти нього?»
5 ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
[Звіру] було дано уста, щоб вимовляти зухвалі й богохульні слова, і владу діяти протягом сорока двох місяців.
6 ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।
Він відкрив свої уста, щоб богохульствувати проти Бога, проти Його імені, Його Оселі та тих, хто живе на небі.
7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।
Йому було дано вести війну проти святих і перемогти їх. [Також] йому було надано владу над кожним племенем, народом, мовою та нацією.
8 ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।
Усі жителі землі поклонятимуться [звіру] – усі, чиї імена не записані від створення світу в книзі життя Агнця, Який був убитий.
9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ।
Хто має вуха, нехай почує!
10 “କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।
«Якщо комусь [призначено піти] в полон, у полон піде. Якщо комусь [призначено] померти від меча, від меча помре». У цьому терпіння та віра святих.
11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।
Потім я побачив другого звіра, який виходив із землі. Він мав два роги, як у ягняти, але говорив, як дракон.
12 ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।
Він послуговувався усією владою першого звіра й діяв від його імені. Він змусив землю та її мешканців поклонятися першому звіру, смертельна рана якого була загоєна.
13 ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।
Він робив великі знамення, навіть вогонь із неба зводив на землю перед людьми.
14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
[Другий звір] вводив в оману жителів землі через знамення, які йому було дано робити від імені першого звіра. Він наказав жителям землі зробити образ звіра, який був поранений мечем, [але] залишився живим.
15 ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।
Йому було дано вдихнути духа в образ [першого] звіра, щоб образ говорив і робив так, аби той, хто не поклониться образу звіра, був убитий.
16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
Він зробив так, щоб усім [людям] – великим і малим, багатим і бідним, вільним і рабам – був даний знак на їхніх правицях або на чолах,
17 ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।
щоб ніхто не міг ні купувати, ні продавати, крім того, хто має цей знак – ім’я звіра або число його імені.
18 ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।
У цьому мудрість. Хто має розум, нехай вирахує число звіра, адже це людське число. Його число шістсот шістдесят шість.

< ପ୍ରକାଶିତ 13 >