< ପ୍ରକାଶିତ 14 >
1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।
Un es redzēju, un raugi, Tas Jērs stāvēja uz Ciānas kalna un līdz ar Viņu simt četrdesmit četri tūkstoši, kam Viņa Tēva vārds bija rakstīts pie viņu pierēm.
2 ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି।
Un es dzirdēju balsi no debesīm kā daudz ūdeņu balsi un kā liela pērkona balsi, un tā balss, ko es dzirdēju, bija tā kā koklētāji koklē uz savām koklēm.
3 ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।
Un tie dziedāja kā jaunu dziesmu tā goda krēsla priekšā un to četru dzīvo un to vecaju priekšā, un neviens nevarēja to dziesmu mācīties, kā vien tie simt četrdesmit četri tūkstoši, kas bija atpirkti no pasaules.
4 ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
Šie ir, kas ar sievām nav apgānījušies; jo tie ir šķīsti; šie ir, kas Tam Jēram staigā pakaļ, uz kurieni Tas iet. Šie ir atpirkti no cilvēkiem par pirmajiem Dievam un Tam Jēram.
5 ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।
Un viņu mutē viltība nav atrasta, jo tie ir bezvainīgi Dieva goda krēsla priekšā.
6 ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, (aiōnios )
Un es redzēju citu eņģeli debes' vidū skrienam; tam bija mūžīgs evaņģēlijs, tiem sludināt, kas virs zemes dzīvo, un visām tautām un ciltīm un valodām un ļaudīm. (aiōnios )
7 ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
Šis ar stipru balsi sacīja: bīstaties Dievu un dodiet Viņam godu, jo Viņa sodības stunda ir nākusi, un pielūdziet To, kas ir radījis debesi un zemi un jūru un ūdeņu avotus.
8 ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
Un cits eņģelis, otrs, nāca pakaļ sacīdams: kritusi, kritusi Bābele, tā lielā pilsēta, tāpēc ka tā visas tautas dzirdinājusi ar savas maucības dusmu vīnu.
9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Un cits eņģelis, tas trešais, tiem nāca pakaļ sacīdams ar stipru balsi: ja kas to zvēru pielūdz un viņa bildi un pieņem to zīmi pie savas pieres un pie savas rokas,
10 ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
Tas arīdzan dzers no Dieva dusmības vīna, kas stiprs Viņa bardzības biķerī ir ieliets, un tas taps mocīts ar uguni un sēru to svēto eņģeļu un Tā Jēra priekšā.
11 ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ। (aiōn )
Un tie dūmi no viņu mocības uzkāpj mūžīgi mūžam, un dusēšanas nav nedz dienu nedz nakti tiem, kas to zvēru un viņa bildi pielūdz, un ja kas viņa vārda zīmi pieņem. (aiōn )
12 ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।
Še ir to svēto pacietība. Še ir tie, kas tur Dieva baušļus un Jēzus ticību.
13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
Un es dzirdēju balsi no debesīm uz mani sakām: raksti! Svētīgi ir tie mirušie, kas iekš Tā Kunga mirst no šī brīža. Tiešām, Tas Gars saka, ka tie dus no savām darbošanām un viņu darbi tos pavada.
14 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
Un es redzēju un raugi, spožs padebesis un uz tā padebeša viens sēdēja, kas Cilvēka Dēlam līdzīgs, ar zelta kroni galvā un ar asu cirpi rokā.
15 ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।
Un cits eņģelis nāca no Dieva nama, saukdams ar stipru balsi uz To, kas uz tā padebeša sēdēja: cērt ar Savu cirpi un pļauj; jo tā pļaušanas stunda Tev ir nākusi, tāpēc ka tas pļaujamais virs zemes ir ienācies.
16 ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।
Un Tas, kas uz tā padebeša sēdēja, ar Savu cirpi cirta uz zemi, un zeme tapa pļauta.
17 ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।
Un cits eņģelis nāca no Tā Dieva nama, kas ir debesīs, un tam bija arīdzan asa cirpe.
18 ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।
Un cits eņģelis nāca no tā altāra, tam bija vara pār uguni, un tas sauca ar lielu saukšanu uz to, kam tā asā cirpe bija, sacīdams: cērt ar savu aso cirpi un nogriez vīna ķekarus no zemes vīna koka, jo viņa ogas ir ienākušās.
19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।
Un tas eņģelis cirta ar savu cirpi uz zemi un nogrieza ogas no zemes vīna koka un meta tās tai lielā Dieva dusmības vīna spaidā.
20 ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।
Un tas vīna spaids tapa mīts ārpus pilsētas, un no tā vīna spaida nāca asinis līdz zirgu iemauktiem pie tūkstoš un sešsimt birzumiem.