< ପ୍ରକାଶିତ 15 >

1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶମାନଙ୍କରେ ଈଶ୍ବରଙ୍କ କ୍ରୋଧ ସମାପ୍ତ।
И видех други велики знак на небу и чудо: седам анђела који имаху седам последњих зала, јер се у њима саврши гнев Божји.
2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।
И видех као стаклено море смешано с огњем, и оне што победише звер и икону њену, и жиг њен, и број имена њеног, где стоје на мору стакленом и имају гусле Божије;
3 ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
И певаху песму Мојсија, слуге Божијег, и песму Јагњетову, говорећи: Велика су и дивна дела Твоја, Господе Боже Сведржитељу, праведни су и истинити путеви Твоји, Царе светих.
4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”
Ко се неће побојати Тебе, Господе, и прославити име Твоје? Јер си Ти један свет; јер ће сви незнабошци доћи и поклонити се пред Тобом; јер се судови Твоји јавише.
5 ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,
И после овог видех, и гле, отвори се црква скиније сведочанства на небу,
6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି, ସେମାନଙ୍କ ବକ୍ଷସ୍ଥଳ ସୁବର୍ଣ୍ଣ ପଟୁକା ବଦ୍ଧ।
И изиђоше седам анђела из цркве, који имаху седам зала, обучени у чисте и беле хаљине од платна, и опасани по прсима појасима златним;
7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ। (aiōn g165)
И једна од четири животиње даде седморици анђела седам чаша златних напуњених гнева Бога, који живи ва век века. (aiōn g165)
8 ଆଉ ଈଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ।
И напуни се црква дима од славе Божије и од силе Његове; и нико не могаше доћи у цркву, док се не сврши седам зала седморице анђела.

< ପ୍ରକାଶିତ 15 >