< ପ୍ରକାଶିତ 16 >

1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।
שמעתי קול אדיר מן ההיכל אומר לשבעת המלאכים:”לכו ורוקנו על הארץ את שבע הקערות שמכילות את זעם אלוהים!“
2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।
המלאך הראשון עזב את ההיכל ורוקן את קערתו על הארץ. פצעים איומים, מבחילים ומכאיבים התפשטו על בשר האנשים, שנשאו את סימן החיה והשתחוו לפסלה. זו הייתה מכת שחין.
3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।
המלאך השני רוקן את קערתו על הים, ומי הים הפכו לדם – כדם אנשים מתים – וכל נפש חיה בים מתה.
4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା।
המלאך השלישי רוקן את קערתו על הנהרות והמעיינות, ומימיהם הפכו לדם.
5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, “ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ;
שמעתי את מלאך המים מכריז:”צדיק אתה במשפטיך, זה שהיה, ההווה והקדוש.
6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ।”
אתה משלם לבני־האדם כגמולם! הם שפכו את דמם של נביאים ומאמינים רבים, וכעת אתה משקה אותם בדם!“
7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”
ומן המזבח שמעתי קול:”אכן, אמת וצדק משפטיך, ה׳ אלוהי צבאות.“
8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।
המלאך הרביעי רוקן את קערתו על השמש, ואלוהים נתן לשמש רשות לצרוב באש את בשר בני־האדם.
9 ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।
בני־האדם נצרבו מהחום הלוהט, וקיללו את שם האלוהים אשר הכה אותם במכות נוראות אלה. אף־על־פי־כן הם לא חזרו בתשובה ולא כיבדו את אלוהים.
10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;
המלאך החמישי רוקן את קערתו על כסא המלכות של החיה, וחושך כיסה את ממלכתה. תושבי ממלכתה נשכו את לשונם מכאב
11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ବରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।
וקיללו את אלוהי השמים, מפני שהביא עליהם את הפצעים והכאב, אך בכל זאת לא חדלו ממעשיהם המושחתים.
12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା।
המלאך השישי רוקן את קערתו על הנהר הגדול פרת, ומימיו התייבשו כדי להכין דרך למלכים הבאים מן המזרח.
13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;
ראיתי מפי התנין, מפי החיה ומפי נביא השקר (החיה השנייה) יוצאות שלוש רוחות טמאות דומות לצפרדעים.
14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।
היו אלה רוחות השדים שמחוללות ניסים ונפלאות; הן מגייסות את מלכי העולם למלחמה נגד אלוהים, ביום המשפט הגדול של אלוהי צבאות.
15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; “ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଗ୍ନ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ।”
”שימו לב, הנני בא בשעה בלתי־צפויה – כגנב. ברוכים הממתינים לי בערנות ובשקידה, ומכינים את בגדיהם כדי שלא ילכו ערומים ומבוישים.“
16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।
אז קיבצו רוחות השדים את כל צבאות העולם במקום הנקרא”הר־מגידו“.
17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚସ୍ୱର ହେଲା, ସମାପ୍ତ ହେଲା।
המלאך השביעי רוקן את קערתו באוויר, ומכיסא אלוהים אשר בהיכל השמים נשמע קול אדיר:”תם ונשלם!“
18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।
רעמים רעמו, ברקים הבריקו והתחוללה רעידת אדמה עצומה שכמוה לא הייתה בכל היסטוריה האנושית.
19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍‍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।
העיר הגדולה נחלקה לשלושה, וערי העולם נחרבו. אלוהים זכר את מעשי השחיתות של בבל הגדולה ולכן השקה אותה ביין זעמו.
20 ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।
איים שלמים נעלמו, הרים הפכו למישור,
21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ବରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।
ומן השמים הומטרו על האנשים אבני־ברד שמשקלם כ־50 קילוגרם. בני־האדם חרפו וגידפו את אלוהים בגלל מכת הברד הנוראה.

< ପ୍ରକାଶିତ 16 >