< ପ୍ରକାଶିତ 17 >

1 ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,
אחד משבעת המלאכים שרוקנו את הקערות בא אלי ואמר:”בוא איתי ואראה לך מה יקרה לזונה הגדולה, הידועה לשמצה שיושבת על מים רבים.
2 ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।
מלכי העולם נאפו וזנו איתה, ותושבי העולם השתכרו מיין טומאתה.“
3 ସେଥିରେ ସେ ମୋତେ ପବିତ୍ର ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ବରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ।
המלאך נשא אותי ברוח אל המדבר, ושם ראיתי אישה יושבת על חיה אדומה בעלת שבעה ראשים ועשר קרניים, וכולה מלאה שמות גידופים נגד אלוהים.
4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;
האישה עצמה הייתה לבושה באדום ובארגמן, וענדה תכשיטים רבים עשויים זהב, פנינים ואבני־חן יקרות. בידה החזיקה האישה כוס זהב שמלאה במעשיה המתועבים והטמאים,
5 ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।
ועל מצחה הייתה כתובת בעלת משמעות נסתרת: בבל הגדולה, אם הזונות וכל מעשי התועבה בעולם!
6 ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।
ראיתי שהאישה הייתה שיכורה, מדם המאמינים במשיח (שאותם הרגה), והבטתי בה בתמיהה גדולה.
7 ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶୃଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୂଢ଼ତତ୍ତ୍ୱ ବୁଝାଇଦେବି।
”מדוע אתה מתפלא כל־כך?“שאל אותי המלאך.”אני אסביר לך מיהי האישה, ומיהי החיה בעלת שבעת הראשים ועשר הקרניים.
8 ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ। (Abyssos g12)
החיה שראית כבר איננה, אך בקרוב תעלה מהתהום ותרד לאבדון. יושבי הארץ, אשר שמם אינו מופיע בספר החיים שנכתב לפני בריאת העולם, ישתוממו בראותם את החיה קמה לתחייה. (Abyssos g12)
9 ଏହି ସ୍ଥଳରେ ବୁଦ୍ଧିବିଶିଷ୍ଟ ମନ ଆବଶ୍ୟକ। ସେହି ସପ୍ତ ମସ୍ତକ ସପ୍ତ ପର୍ବତକୁ ବୁଝାଏ, ଏହି ସପ୍ତ ପର୍ବତ ଉପରେ ସ୍ତ୍ରୀଲୋକ ଉପବିଷ୍ଟା;
על־מנת להבין את משמעות הדבר יש צורך בתבונה: שבעת הראשים הם שבעה הרים שעליהם יושבת האישה,
10 ସେହି ସପ୍ତ ମସ୍ତକ ମଧ୍ୟ ସପ୍ତ ରାଜାଙ୍କୁ ବୁଝାଏ, ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ପତିତ ହୋଇଅଛନ୍ତି, ଜଣେ ବର୍ତ୍ତମାନ ଅଛି, ଆଉ ଜଣେ ଏପର୍ଯ୍ୟନ୍ତ ଆସି ନାହିଁ, ସେ ଆସିଲେ ଅଳ୍ପ କାଳ ମାତ୍ର ରହିବ।
אך הם גם שבעה מלכים; חמישה מהם כבר נפלו, השישי מולך עתה, והשביעי – שמלכותו תהיה קצרה – עדיין לא בא.
11 ପୁଣି, ଯେଉଁ ପଶୁ ଥିଲା ଆଉ ଏବେ ନାହିଁ, ସେ ଅଷ୍ଟମ; ତଥାପି ସେ ସେହି ସପ୍ତ ରାଜାଙ୍କ ମଧ୍ୟରୁ ଜଣେ, ଆଉ ସେ ବିନାଶ ପାଇବ।
החיה האדומה שהייתה תופיע כמלך שמיני, אך למעשה היא אחת מהשבעה, ולאחר מלכותה השנייה תרד לאבדון.
12 ଆହୁରି ଯେଉଁ ଦଶ ଶୃଙ୍ଗ ଦେଖିଲ, ଏହିସବୁ ଦଶ ରାଜାଙ୍କୁ ବୁଝାଏ; ସେମାନେ ଏପର୍ଯ୍ୟନ୍ତ ରାଜ୍ୟ ପାଇ ନାହାନ୍ତି, କିନ୍ତୁ ପଶୁ ସଙ୍ଗରେ ଏକ ଘଣ୍ଟା ପର୍ଯ୍ୟନ୍ତ ରାଜାମାନଙ୍କ ପରି କ୍ଷମତା ପ୍ରାପ୍ତ ହେବେ।
”עשר הקרניים הן עשרה מלכים שעדיין לא עלו למלוכה. הם ימלכו יחד עם החיה, אך מלכותם תהיה קצרה.
13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
עשרת המלכים הם בעלי דעה ומטרה אחידה. הם יפקידו את כל כוחם וסמכותם בידי החיה,
14 ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।
וילחמו יחדיו נגד השה, אך השה ינצחם, שכן הוא אדון האדונים ומלך המלכים, והאנשים אשר איתו נקראו ונבחרו על־ידי ה׳, והם נאמנים לו.“
15 ଆଉ ସେ ମୋତେ କହିଲେ, ଯେଉଁ ଜଳରାଶି ନିକଟରେ ତୁମ୍ଭେ ବେଶ୍ୟାକୁ ଉପବିଷ୍ଟା ଥିବାର ଦେଖିଲ, ସେହି ଜଳରାଶି ବିଭିନ୍ନ ଗୋଷ୍ଠୀ, ଜନତା, ଜାତି ଓ ଭାଷାବାଦୀ ଲୋକଙ୍କୁ ବୁଝାଏ।
המלאך המשיך ואמר:”הימים, הנהרות והאגמים שעליהם יושבת האישה הם המוני אנשים מעמים ומגזעים שונים.
16 ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;
”החיה האדומה ועשר הקרניים, שמסמלות את עשרת המלכים שימלכו עם החיה, ישנאו את הזונה; הם יתנפלו עליה, יאכלו את בשרה, ואת הנותר ממנה ישרפו באש.
17 କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।
אלוהים יביא אותם לעשות את רצונו: הוא יגרום לכך שיתאחדו ושיפקידו את כוחם ושלטונם בידי החיה, כדי שיתקיימו דברי אלוהים.
18 ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।
האישה שראית בחזיון מסמלת את העיר הגדולה ששולטת על מלכי הארץ.“

< ପ୍ରକାଶିତ 17 >