< ପ୍ରକାଶିତ 18 >
1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା।
Zvino shure kwezvinhu izvi ndakaona umwe mutumwa achiburuka kubva kudenga, ane simba guru, nyika ndokuvhenekerwa nokubwinya kwake.
2 ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।
Akadanidzira nesimba nenzwi guru, achiti: Rawa, rawa Bhabhironi guru, uye rava ugaro hwemadhimoni, nejere remweya yese yetsvina, nedendere reshiri dzese dzetsvina dzinovengwa.
3 କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”
Nokuti marudzi ese akanwa zvewaini yehasha dzeupombwe hwaro, nemadzimambo enyika akaita upombwe naro, nevashambadzi venyika vakafuma nesimba reumbozha hwaro.
4 ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;
Zvino ndakanzwa rimwe inzwi kubva kudenga richiti: Budai kubva mariri vanhu vangu, kuti murege kuva vagovani vezvivi zvaro, uye kuti murege kugamuchira zvematambudziko aro;
5 କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।
nokuti zvivi zvaro zvasungana kusvika kudenga, naMwari warangarira zvisakarurama zvaro.
6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ୱିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ୱିଗୁଣ ମଦ୍ୟ ମିଶ୍ରିତ କର।
Muritsive sezvarakakutsivaiwo imwi, muchiripamhidzira kupamhidzira kunoenderana nemabasa aro; mumukombe iwoyo marakasanganisa iro, murisanganisire kakapamhidzirwa.
7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।
Separakazvikudza kudai napo nekurarama muumbozha, murirwadzise nekurishungurudza saizvozvo; nokuti rinoti mumoyo maro: Ndinogara ndiri mambokadzi, uye handisi chirikadzi, uye handingatongooni kuchema.
8 ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”
Naizvozvo achasvika nezuva rimwe matambudziko aro, rufu nekuchema nenzara; uye richapiswa kwazvo nemoto; nokuti ane simba Ishe Mwari anoritonga.
9 ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;
Nemadzimambo enyika akaita upombwe nekurarama paumbozha naro acharira pamusoro paro nekuchema pamusoro paro, pavachaona utsi hwekupiswa kwaro;
10 ସେମାନେ ତାହାର ଯନ୍ତ୍ରଣାରେ ଭୟ ହେତୁ ଦୂରରେ ଠିଆ ହୋଇ କହିବେ, “ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ଡ ଉପସ୍ଥିତ ହେଲା।”
vamire kure nekutya kurwadziwa kwaro, vachiti: Nhamo, nhamo, guta guru Bhabhironi, guta rakasimba, nokuti kutongwa kwako kwasvika neawa rimwe.
11 “ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟ-ଦ୍ରବ୍ୟ ଆଉ କ୍ରୟ କରିବ ନାହିଁ,
Uye vashambadzi venyika vacharira nekuchema pamusoro paro, nokuti hakuchina munhu achatenga zvitengeswa zvavozve;
12 ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,
zvitengeswa zvegoridhe, nezvesirivheri, nezveibwe rinokosha, nezvemaparera nezvemucheka wakaisvonaka, nezvine ruvara rwehute, nezvesiriki, nezvezvitsvuku, nemuti umwe neumwe unonhuhwira, nemarudzi ese emidziyo yenyanga dzenzou, nemarudzi ese emidziyo yematanda anokoshesesa, nezvendarira, nezvedare, nezvemabwe machena;
13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।
nekinamoni, nezvinonhuhwira, namafuta ekuzora, nezvipfungaidzo zvinonhuhwira, newaini, nemafuta, neupfu hwakatsetseka, nezviyo, nemombe, nemakwai, nezvemabhiza, nengoro, nenhapwa, nemweya yevanhu.
14 ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।
Zvino michero yaichiviwa nemoyo wako yakabva kwauri, nezvinhu zvese zvinobwinya nezvinopenya zvabva kwauri, haungatongozviwanizve.
15 ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,
Vashambadzi vezvinhu izvi, vakafumiswa naro, vachamira kure nekutya kurwadziwa kwaro, vachichema nekurira,
16 ‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।
uye vachiti: Nhamo, nhamo, guta guru, rakange rakapfeka mucheka wakaisvonaka nezvine ruvara rwehute nezvitsvuku, uye rakashongedzwa negoridhe nebwe rinokosha nemaparera!
17 କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ୱଂସ ହୋଇଗଲା।’” ଆଉ ପ୍ରତ୍ୟେକ ଜାହାଜ ଅଧ୍ୟକ୍ଷ ଓ ଜଳପଥରେ ଗତାୟତକାରୀ ପ୍ରତ୍ୟେକ ଲୋକ ପୁଣି, ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇ,
Nokuti neawa rimwe fuma huru yakadai yaparadzwa. Uye mufambisi wezvikepe umwe neumwe, nevese vanofamba pamwe muzvikepe, nevafambi vemuchikepe, nevabati vese vepagungwa vakamira kure,
18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?
ndokudanidzira vachiona utsi hwekutsva kwaro, vachiti: Nderipi rakafanana naro guta guru?
19 ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।
Zvino vakadira guruva pamisoro yavo, ndokudanidzira vachirira nekuchema, vachiti: Nhamo, nhamo, guta guru, maifumiswa nezvinokosha zvaro vese vaiva nezvikepe pagungwa; nokuti rakaparadzwa neawa rimwe.
20 ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”
Fara pamusoro paro, iwe denga, nemwi vaapositori vatsvene, nevaporofita, nokuti Mwari wakatonga mutongo wenyu kwariri.
21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।
Zvino mutumwa umwe ane simba wakasimudza ibwe rakaita seguyo guru, akaposhera mugungwa, achiti: Saizvozvo nechisimba Bhabhironi guta guru richaposherwa uye harichazotongowanikwizve.
22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକମାନଙ୍କର ଶବ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,
Nenzwi revaridzi veudimbwa nerevaimbi nerevaridzi venyere nerevaridzi vehwamanda, harichatongonzwikwizve mauri, nemhizha yeumhizha hupi nehupi haichatongowanikwizve mauri, nenzwi reguyo harichatongonzwikwizve mauri;
23 ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
uye chiedza chemwenje hachichatongovhenekerizve mauri, nenzwi remuwani neremwenga harichatongonzwikwizve mauri; nokuti vashambadzi vako vaiva vakuru venyika; nokuti neuroyi hwako marudzi ese akatsauswa.
24 ପୁଣି, ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।”
Zvino mariri makawanikwa ropa revaporofita nerevatsvene, nerevese vakauraiwa panyika.