< ପ୍ରକାଶିତ 19 >

1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
这之后,我听见天上好像有一大群人的喧闹声:“哈利路亚!救恩、荣耀、权能都属于我们的上帝,
2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”
因为他的审判是真实正义的;因为他审判了那臭名昭著、以淫乱败坏世界的淫妇;并因为那淫妇谋害其仆人而对其进行判决。”
3 ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।” (aiōn g165)
他们又喊了一次:“哈利路亚!她的毁灭所产生的浓烟永远升腾。” (aiōn g165)
4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍‍ ହାଲ୍ଲିଲୂୟା।”
那二十四位长老和四个活物,俯伏敬拜坐在宝座上的上帝,喊道:“阿门!哈利路亚!”
5 ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”
接宝座传出声音,说:“所有上帝的仆人哪!凡是尊重他的,无论大小,都应当赞美我们的上帝!”
6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି।
又听见一个声音,好像是一大群人,如奔流的水,又像惊雷,说:“哈利路亚!因为主、我们全能的上帝统治了!
7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
让我们欢喜庆祝,把荣耀归给他!因为羊羔的婚期到了;他的新娘也自己预备好了。”
8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”
她得到了干净的白色细麻衣,(细麻衣代表着信徒的好工作)
9 ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
天使对我说:“写下来:‘受邀参加羊羔婚筵的人太幸福了!’”他又对我说:“这都是上帝真实说的话。”
10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”
我就俯伏在天使脚前要拜他。但他对我说:“不可以这样!我和你以及那些接受耶稣作见证的人一样,都是上帝的仆人。敬拜上帝,因为耶稣的证言就是预言的灵。”
11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
我看着天打开了。有一匹白马站在那里,骑士叫做“忠信”和“真实”,当他审判,他是正义的;当他战斗,他是正义的。
12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।
他的眼睛好像火焰,头上戴着许多皇冠,身上写着一个名字除了他自己没有人认识。
13 ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
他身穿一件浸过血的衣服,他的名字叫做“上帝之道。”
14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।
天上的众军都骑着白马,穿著洁白的细麻衣,跟随他。
15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
他口中吐出一把利剑,用于击打列国。他将用铁杖治理他们,他自己还要在全能上帝审判的压酒池踩葡萄。
16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
在他的长袍和大腿上,写着“万王之王,万主之主”的名号。
17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,
我又看见一位天使站在太阳中,向高空所有的飞鸟大声呼喊:“来吧!聚集起来赴上帝的伟大宴席!
18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।
这里可以吃死人的肉:君王、领袖、壮士、还有马和骑士,以及无论是自由的、作奴隶的、伟大的、渺小的,吃所有人的肉。”
19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
我看见那野兽和地上的国王,还有他们的众军,都集合起来,要跟那马背骑士和他的军队作战。
20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ। (Limnē Pyr g3041 g4442)
那野兽被捉住了;连同在兽面前做出奇事的假先知(通过这种方式,他欺骗那些接受了野兽记号、膜拜野兽像的人)。他们都被活活拋在烧着硫磺的火湖里去。 (Limnē Pyr g3041 g4442)
21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।
其余的人都被那白马骑士口中吐出来的剑杀了,他们的肉让飞鸟吃饱了。

< ପ୍ରକାଶିତ 19 >