< ପ୍ରକାଶିତ 19 >
1 ଏଥିଉତ୍ତାରେ ମୁଁ ସ୍ୱର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ବରଙ୍କର,
MURIN mepukat i roner likamada moron en pokon kalaimun nanlan, majani: Aleluia, kamaur, o linan, o manaman udan atail Kot!
2 କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”
Pwe melel o me pun ar kadeik kan; pwe a kotin kadeikadar li jued lapalap, me kajuedie kilar toun jappa a nenek kan o a ikier ntan na ladu kan.
3 ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।” (aiōn )
Pil kariapak re inda: Aleluia! A adiniai adidala kokolata. (aiōn )
4 ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ବରଙ୍କୁ ପ୍ରଣାମ କରି କହିଲେ, “ଆମେନ୍ ହାଲ୍ଲିଲୂୟା।”
O lapalap riekpamen o man pamen rap poridi poni on Kot, me kaipokedi pon mol a, majani: Amen Aleluia!
5 ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”
O nil, me peido jan mol o majani: Kapina atail Kot, komail japwilim a ladu kan, komail, me lan i, me tikitik o me lapalap akan!
6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି।
O i roner moron en pokon kalaimun, o due nil en pil toto, o due nirinir en nanjapwe kan indinda: Aleluia, pwe Kaun atail Kot, me Kaun en meakaroj a wialar Nanmarki.
7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Kitail en injenemau, o pereperen, o wauneki i, pwe a leler en Jippul a kapapaud, o li kamod onopadar.
8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧାର୍ମିକ କର୍ମ।”
O a muei on i, en likauwia kida likau linen, me min o makelekel; pwe likau linen makelekel iei kadeik pun en me wiaui pweki jaraui kan.
9 ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”
A majani on ia: Intiniedi: Re meid pai, me luke don kamadip en kapapaud en Jippul o. O a majani on ia: Mepukat majan melel akan en Kot.
10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”
I ap pupedi ni aluwilu a, en poni i. A majani on ia: Koe der, nai jau om, o ri om, me aneki kadede pan lejuj; poni Kot. A nen en kokop iei kadede pan lejuj.
11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
O i kilaner lan a ritidar o oj puetepuet amen, o me kaipokedi poa, me oroneki Pun o Melel; a kadeikada o mauinda ni me pun.
12 ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ।
Por en jilani me rajon umpul en kijiniai, o mar a toto mia ni tapwi, a mar eu intinidier, me jota amen me aja, pein i ta.
13 ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
A likau kida likau eu, me kadueki nta, o mar a oroneki: Majan en Kot.
14 ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍ଗମନ କଲେ।
O karij en jaunpei en nanlan idauen i pon oj puetepuet akan, likau kida linen puetepuet o min.
15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
O jan nan jilan i kodlaj kon luj da jan, men kamekameki wein jappa. A pan kotin kaun kida jokon mata pot; o a tiakedi kopa en wain, me onion en Kot, Kaun en meakaroj.
16 ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
Ni a likau o ni lanelane a mar a intinidier: Nanmarki en nanmarki o Kaun en kaun akan.
17 ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,
O i kilaner tounlan amen uda nan katipin; a molipeiki nil laud majani on manpir akan, me pipir nan waron en lan: Kodo, pokon don kamadip lapalap en Kot.
18 ଯେପରି ତୁମ୍ଭେମାନେ ରାଜାମାନଙ୍କର, ସେନାପତିମାନଙ୍କର, ପରାକ୍ରମୀମାନଙ୍କର, ଅଶ୍ୱ ଓ ଅଶ୍ୱାରୋହୀମାନଙ୍କର, ସ୍ୱାଧୀନ ଓ ପରାଧୀନ, କ୍ଷୁଦ୍ର ଓ ମହାନ ସମସ୍ତ ଲୋକଙ୍କର ମାଂସ ଭୋଜନ କରିବ।
Pwe komail en kan uduk en nanmarki kan, o uduk en kaun akan, o uduk en manaman akan, o uduk en oj akan, o me mondi po arail, o uduk en me maio ko o ladu kan, me tikitik o me lapalap akan.
19 ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି।
O i kilaner man o, o nanmarki en jappa kan, o nair karij akan pokon penan mauini on i, me kaipokedi pon oj o na karij akan.
20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ। (Limnē Pyr )
Man o lodi on ianaki jaukop likam, me wia kilel kai mo a, me a kotaue kida irail, me kilele kidi kilel en man o, o ir me poni a kilel. Ira karoj lokidokilan nan le en kijiniai, me roneronki jwepel ni ara memaur. (Limnē Pyr )
21 ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ।
Me lu akan kamekame kila kodlaj en i, me kaipokedi pon oj o, iei kodlaj, me luj a jan nan jilan i; ari manpir akan muei mat kilar uduk arail.