< ପ୍ରକାଶିତ 2 >
1 “ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
τω αγγελω {VAR1: τω } {VAR2: της } εν εφεσω εκκλησιας γραψον ταδε λεγει ο κρατων τους επτα αστερας εν τη δεξια αυτου ο περιπατων εν μεσω των επτα λυχνιων των χρυσων
2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରୀକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
οιδα τα εργα σου και τον κοπον και την υπομονην σου και οτι ου δυνη βαστασαι κακους και επειρασας τους λεγοντας εαυτους αποστολους και ουκ εισιν και ευρες αυτους ψευδεις
3 ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।
και υπομονην εχεις και εβαστασας δια το ονομα μου και ου κεκοπιακες
4 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ।
αλλα εχω κατα σου οτι την αγαπην σου την πρωτην αφηκες
5 ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ-ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ-ପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ।
μνημονευε ουν ποθεν πεπτωκας και μετανοησον και τα πρωτα εργα ποιησον ει δε μη ερχομαι σοι και κινησω την λυχνιαν σου εκ του τοπου αυτης εαν μη μετανοησης
6 ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ।
αλλα τουτο εχεις οτι μισεις τα εργα των νικολαιτων α καγω μισω
7 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”
ο εχων ους ακουσατω τι το πνευμα λεγει ταις εκκλησιαις τω νικωντι δωσω αυτω φαγειν εκ του ξυλου της ζωης ο εστιν εν τω παραδεισω του θεου
8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
και τω αγγελω {VAR1: τω } {VAR2: της } εν σμυρνη εκκλησιας γραψον ταδε λεγει ο πρωτος και ο εσχατος ος εγενετο νεκρος και εζησεν
9 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।
οιδα σου την θλιψιν και την πτωχειαν αλλα πλουσιος ει και την βλασφημιαν εκ των λεγοντων ιουδαιους ειναι εαυτους και ουκ εισιν αλλα συναγωγη του σατανα
10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
{VAR1: μη } {VAR2: μηδεν } φοβου α μελλεις πασχειν ιδου μελλει βαλλειν ο διαβολος εξ υμων εις φυλακην ινα πειρασθητε και {VAR1: εχητε } {VAR2: εξετε } θλιψιν ημερων δεκα γινου πιστος αχρι θανατου και δωσω σοι τον στεφανον της ζωης
11 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ।”
ο εχων ους ακουσατω τι το πνευμα λεγει ταις εκκλησιαις ο νικων ου μη αδικηθη εκ του θανατου του δευτερου
12 “ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ସେ ଏହା କହନ୍ତି,
και τω αγγελω της εν περγαμω εκκλησιας γραψον ταδε λεγει ο εχων την ρομφαιαν την διστομον την οξειαν
13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
οιδα που κατοικεις οπου ο θρονος του σατανα και κρατεις το ονομα μου και ουκ ηρνησω την πιστιν μου και εν ταις ημεραις αντιπας ο μαρτυς μου ο πιστος {VAR1: [μου] } {VAR2: μου } ος απεκτανθη παρ υμιν οπου ο σατανας κατοικει
14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
αλλ εχω κατα σου ολιγα οτι εχεις εκει κρατουντας την διδαχην βαλααμ ος εδιδασκεν τω βαλακ βαλειν σκανδαλον ενωπιον των υιων ισραηλ φαγειν ειδωλοθυτα και πορνευσαι
15 ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ବୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି।
ουτως εχεις και συ κρατουντας την διδαχην {VAR2: [των] } νικολαιτων ομοιως
16 ଏଣୁ ମନ-ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ।
μετανοησον ουν ει δε μη ερχομαι σοι ταχυ και πολεμησω μετ αυτων εν τη ρομφαια του στοματος μου
17 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”
ο εχων ους ακουσατω τι το πνευμα λεγει ταις εκκλησιαις τω νικωντι δωσω αυτω του μαννα του κεκρυμμενου και δωσω αυτω ψηφον λευκην και επι την ψηφον ονομα καινον γεγραμμενον ο ουδεις οιδεν ει μη ο λαμβανων
18 “ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି,
και τω αγγελω {VAR1: τω } {VAR2: της } εν θυατειροις εκκλησιας γραψον ταδε λεγει ο υιος του θεου ο εχων τους οφθαλμους {VAR1: [αυτου] } {VAR2: αυτου } ως φλογα πυρος και οι ποδες αυτου ομοιοι χαλκολιβανω
19 ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ୱାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି, ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ।
οιδα σου τα εργα και την αγαπην και την πιστιν και την διακονιαν και την υπομονην σου και τα εργα σου τα εσχατα πλειονα των πρωτων
20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
αλλα εχω κατα σου οτι αφεις την γυναικα ιεζαβελ η λεγουσα εαυτην προφητιν και διδασκει και πλανα τους εμους δουλους πορνευσαι και φαγειν ειδωλοθυτα
21 ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
και εδωκα αυτη χρονον ινα μετανοηση και ου θελει μετανοησαι εκ της πορνειας αυτης
22 ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ-ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଲେଶରେ ପକାଇବା,
ιδου βαλλω αυτην εις κλινην και τους μοιχευοντας μετ αυτης εις θλιψιν μεγαλην εαν μη {VAR1: μετανοησουσιν } {VAR2: μετανοησωσιν } εκ των εργων αυτης
23 ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
και τα τεκνα αυτης αποκτενω εν θανατω και γνωσονται πασαι αι εκκλησιαι οτι εγω ειμι ο εραυνων νεφρους και καρδιας και δωσω υμιν εκαστω κατα τα εργα υμων
24 କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।
υμιν δε λεγω τοις λοιποις τοις εν θυατειροις οσοι ουκ εχουσιν την διδαχην ταυτην οιτινες ουκ εγνωσαν τα βαθεα του σατανα ως λεγουσιν ου βαλλω εφ υμας αλλο βαρος
25 କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖ।
πλην ο εχετε κρατησατε {VAR1: αχρις } {VAR2: (αχρις) } ου αν ηξω
26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
και ο νικων και ο τηρων αχρι τελους τα εργα μου δωσω αυτω εξουσιαν επι των εθνων
27 ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,
και ποιμανει αυτους εν ραβδω σιδηρα ως τα σκευη τα κεραμικα συντριβεται
28 ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ।
ως καγω ειληφα παρα του πατρος μου και δωσω αυτω τον αστερα τον πρωινον
29 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
ο εχων ους ακουσατω τι το πνευμα λεγει ταις εκκλησιαις