< ପ୍ରକାଶିତ 20 >
1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। (Abyssos )
後,我看見一位天使從天降下,手持深淵的鑰匙和一條大鎖鏈。 (Abyssos )
2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
他捉住了那龍,那古蛇,就是魔鬼--撒殫,把牠綑起來,共一千年之久;
3 ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। (Abyssos )
將牠拋到深淵裏,關起來,加上封條,免得牠再迷惑萬民,直到滿了一千年,此後應該釋放牠一個短時辰。 (Abyssos )
4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
我又看見一些寶座,有些人在上面坐著,賜給了他們審判的權柄,他們就是那些為給耶穌作證,並為了天主的話被斬首之人的靈魂;還有那些沒有朝拜那獸,也沒有朝拜獸像,並在自己的額上或手上也沒有接受牠印號的人,都活了過來,同基督一起為王一千年。
5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
這是第一次復活。其餘的死者沒有活過來,直到那一千年滿了。
6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
於第一次復活有分的人是有福的,是聖潔的。第二次的死亡對這些人無能為力;他們將作天主和基督的司祭,並同他一起為王一千年。
7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
及至一千年滿了,撒殫就要從監牢裏被釋放出來。
8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।
他一出來便去迷惑地上四極的萬民,就是哥格和瑪哥格;他聚集他們準備作戰,他們的數目有如海濱的沙粒。
9 ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।
於是他們上到那廣大的地區,圍困了眾聖徒的營幕和蒙愛的城邑;但是有火自天上,從天主那裏降下,吞滅了他們。
10 ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ। (aiōn , Limnē Pyr )
迷惑他們的魔鬼,也被投入那烈火與硫磺的坑中,就是那獸和那位假先知所在的地方,他們必要日夜受苦,至於無窮之世。 (aiōn , Limnē Pyr )
11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
以後,我看見了一個潔白的大寶座,和坐於其上的那位;地和天都從他面前消失不見了,再也找不到它們的地方了。
12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
我又看見死過的人,無論大小,都站在寶座前,案卷就展開了;還有另一本書,即生命冊也展開了,死過的人都按那案卷上所記錄的,照他們的行為受了審判。
13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। (Hadēs )
海洋把其中的死者交出,死亡和陰府都把其中的死者交出,人人都按照自己的行為受了審判。 (Hadēs )
14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। (Hadēs , Limnē Pyr )
然後死亡和陰府也被投入火坑,這火坑就是第二次死亡。 (Hadēs , Limnē Pyr )
15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। (Limnē Pyr )
凡是沒有記載在生命冊上的人,就被投入火坑中。 (Limnē Pyr )