< ପ୍ରକାଶିତ 20 >

1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। (Abyssos g12)
אחרי כן ראיתי מלאך יורד מן השמים, ובידו מפתח התהום ושרשרת גדולה וכבדה. (Abyssos g12)
2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
המלאך תפס את התנין – הלא הוא הנחש הקדמוני, המלשין, השטן – וכבלו בשרשרת למשך אלף שנים.
3 ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। (Abyssos g12)
המלאך השליכו אל התהום, סגר ונעל את פי התהום, כדי שהשטן לא יוכל להתעות יותר את העמים עד שיחלפו אלף השנים. בתום אלף השנים הוא ישוחרר לזמן קצר. (Abyssos g12)
4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
לאחר מכן ראיתי כיסאות שעליהם ישבו מקבלי סמכות המשפט. ראיתי גם את נשמותיהם של אלה אשר נרצחו על־שום עדותם למען ישוע המשיח ולמען דבר אלוהים, ואת נשמותיהם של אלה אשר לא השתחוו לחיה ולפסלה, ולא נשאו את אות החותם של החיה על מצחם או זרועם. כל אלה קמו לתחייה ומלכו עם המשיח אלף שנים.
5 ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
זאת תחיית המתים הראשונה. (יתר המתים קמו לתחייה רק לאחר אלף השנים).
6 ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
ברוכים וקדושים אלה שקמים בתחייה הראשונה; המוות השני לא יפגע בהם, כי יהיו כוהנים לאלוהים ולמשיחו וימלכו איתו אלף שנים.
7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
בתום אלף השנים ישוחרר השטן ממאסרו.
8 ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।
הוא ילך להתעות את עמי־העולם – את גוג ומגוג שמספר צבאם כחול אשר על שפת הים – ויסיתם להילחם נגד אלוהים.
9 ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।
הצבא האדיר הזה יעלה ויתפשט על מרחבי הארץ, ויתקיף את מחנה בני־אלוהים ואת (ירושלים) העיר האהובה. ברם אלוהים יוריד עליהם אש מן השמים שתשרוף אותם.
10 ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ। (aiōn g165, Limnē Pyr g3041 g4442)
השטן אשר הסיתם יושלך לאגם אש וגופרית, מקום שאליו הושלכו החיה ונביא השקר, והם יתייסרו יומם ולילה לעולם ועד. (aiōn g165, Limnē Pyr g3041 g4442)
11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
לאחר מכן ראיתי כיסא גדול ולבן, וראיתי גם את היושב עליו – זה אשר מפניו נמלטו הארץ והשמים, אך לא מצאו מקום להסתתר.
12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
ראיתי את המתים, את הקטנים והגדולים, עומדים לפני כיסא אלוהים; ראיתי ספרים נפתחים, ביניהם גם ספר החיים, והמתים נשפטו לפי מעשיהם הכתובים בספרים.
13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। (Hadēs g86)
הים נאלץ להשיב את המתים הקבורים בו. גם המוות והשאול נאלצו להשיב את מתיהם, וכל אחד נשפט בהתאם למעשיו. (Hadēs g86)
14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। (Hadēs g86, Limnē Pyr g3041 g4442)
המוות והשאול הושלכו לאגם האש, שהוא המוות השני. (Hadēs g86, Limnē Pyr g3041 g4442)
15 ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। (Limnē Pyr g3041 g4442)
כל אלה שלא נכתב שמם בספר החיים הושלכו גם הם לאגם האש. (Limnē Pyr g3041 g4442)

< ପ୍ରକାଶିତ 20 >