< ପ୍ରକାଶିତ 21 >
1 ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
,我看見了一個新天新地,因為先前的天與先前的地已不見了,海也沒有了。
2 ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।
我看見那新耶路撒冷聖城,從天上由天主那裏降下,就如一位裝飾好迎接自己丈夫的新娘。
3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
我聽見由寶座那裏有一巨大聲音說:「這就是天主與人同在的帳幕,他要同他們住在一起;他們要作他的人民,他親自要『與他們同在,』作他們的天主;
4 ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
他要拭去他們眼上的一切淚痕;以後再也沒有死亡,再也沒有悲傷,沒有哀號,沒有苦楚,因為先前的都已過去了。」
5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
那位坐在寶座上的說:「看,我已更新了一切。」又說:「你寫下來!因為這些話都是可信而真實的。」
6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।
他又給我說:「已完成了!我是「阿耳法」和「敖默加,」元始和終末。我要把生命的水白白地賜給口渴的人喝。
7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
勝利者必要承受這些福分:我要作他的天主,他要作我的兒子。
8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ। (Limnē Pyr )
可是,為那些怯懦的、失信的、可恥的、殺人的、姦淫的、行邪術的、拜偶像的,以及一切撒謊的人,他們的地方是在烈火與硫磺燃燒著的坑中:這就是第二次死亡。」 (Limnē Pyr )
9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।
那拿著七個滿盛最後七種災禍盂的七位天使,其中有一位來告訴我說:「你來!我要把羔羊的淨配新娘指給你看。」
10 ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;
天使就使我神魂超拔,把我帶到一座又大又高的山上,將那從天上,由天主那裏降下的聖城耶路撒冷,指給我看。
11 ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।
這聖城具有天主的光榮;城的光輝,好似極貴重的寶石,像水晶那麼明亮的蒼玉;
12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି।
城牆高而且大,有十二座門,守門的有十二位天使,門上寫著以色列子民十二支派的名字。
13 ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର।
東面三門,北面三門,南面三門,西面三門。
14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।
城牆有十二座基石,上面刻著羔羊的十二位宗徒的十二個名字。
15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା।
同我談話的那位天使拿著金蘆葦測量尺,要測量那城、城門和城牆。
16 ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା।
城是四方形的,長寬相同。天使用蘆葦測量尺測量了那城,共計一萬二千「斯塔狄,」長、寬、高都相等;
17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।
又測量了城牆,有一百四十四肘;天使用的,是人的尺寸。
18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
城牆是用水蒼玉建造的,城是純金的,好像明淨的玻璃。
19 ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୁର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,
城牆的基石,是用各種寶石裝飾的:第一座基石是水蒼玉,第二座是藍玉,第三座是玉髓,第四座是翡翠,
20 ପଞ୍ଚମ ପୁଲକ ମଣିର, ଷଷ୍ଠ ମାଣିକ୍ୟ ମଣିର, ସପ୍ତମ ପୁଷ୍ପରାଗ ମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକ ମଣିର, ଦଶମ ଲଶୁନୀୟ ମଣିର, ଏକାଦଶ ଇନ୍ଦ୍ରନୀଳ ମଣିର ଓ ଦ୍ୱାଦଶ ସୁଗନ୍ଧ ମଣିର।
第五座是赤瑪瑙,第六座是斑瑪瑙,第七座是橄欖石,第八座是綠柱石,第九座是黃玉,第十座是綠玉,第十一座是紫玉,第十二座是紫晶。
21 ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।
十二座門是十二種珍珠,每一座門是由一種珍珠造的;城中的街道是純金的,好似透明的玻璃。
22 ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।
在城內我沒有看見聖殿,因為上主全能的天主和羔羊就是她的聖殿。
23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।
那城也不需要太陽和月亮光照,因為有天主的光榮照耀她;羔羊就是她的明燈。
24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।
萬民都要藉著她的光行走,世上的君王也要把自己的光榮帶到她內。
25 ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।
她的門白日總不關閉,因為那裏已沒有黑夜。
26 ଲୋକେ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ।
萬民都要把自己的光榮和財富運到她內。
27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।
凡不潔淨、行可恥的事及撒謊的,絕對不得進入她內;只有那些記載在羔羊生命冊上的,纔得進入。