< ପ୍ରକାଶିତ 4 >

1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।”
After these things I looked and wow—a door standing open in the sky, and the first voice that I heard, like a trumpet speaking with me, saying, “Come up here and I will show you the things that must take place after these.”
2 ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;
And immediately I was in spirit, and there, a throne set in heaven (and One sitting on the throne)
3 ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ।
similar in appearance to a stone, jasper and carnelian, and there was a rainbow around the throne, similar in appearance to an emerald.
4 ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ।
And around the throne were twenty-four thrones, and on the thrones I saw the twenty-four elders sitting, clothed in white robes and golden crowns on their heads.
5 ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।
And out of the throne came lightnings and noises and thunders; and seven lamps of fire were burning before His throne, which are seven spirits of God;
6 ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ।
and before the throne it was like a sea of glass, similar to crystal. And in the midst of the throne and around the throne were four living beings full of eyes, front and back.
7 ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।
The first living being was similar to a lion, the second living being was similar to a calf, the third living being had a face like a man, and the fourth living being was similar to a flying eagle.
8 ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି,
And the four living beings, each one of them, having six wings apiece, were full of eyes around and within. And they take no rest, day or night, saying: “Holy, holy, holy; Holy, holy, holy; Holy, holy, holy; The Lord God Almighty; He who was and who is and who is coming!”
9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, (aiōn g165)
And whenever the living beings ascribe glory and honor and thanksgiving to Him who sits on the throne, to Him who lives forever and ever, (aiōn g165)
10 ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, (aiōn g165)
the twenty-four elders fall down before Him who sits on the throne and worship Him who lives forever and ever, and they cast their crowns before the throne saying: (aiōn g165)
11 “ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”
“You are worthy, our Lord and God, the Holy One, to receive the glory and the honor and the power, because You created all things, and by Your will they exist and were created!”

< ପ୍ରକାଶିତ 4 >