< ପ୍ରକାଶିତ 5 >

1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।
Sa'annan na ga a cikin hannun daman wanda ke zaune a kan kursiyin, na ga littafi wanda ke da rubutu ciki da waje, an kuma hatimce shi da hatimai bakwai.
2 ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
Na kuma ga wani kakkarfan mala'ika na shela da murya mai karfi, “Wa ya isa ya bude littafin ya kuma bambare hatimin?”
3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।
Ba wani a sama ko a kasa ko karkashin kasa da ya iya ya bude littafin ko ya karanta abin da ke cikinsa.
4 ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।
Na yi kuka mai zafi saboda ba wani da ya cancanta da zai bude littafin ko ya karanta abin da ke cikinsa.
5 ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
Amma daya daga cikin dattawan nan ya ce mani, “Kada ka yi kuka. Duba! Zaki na kabilar Yahuza, Tushen Dauda, ya yi nasara. Ya cancanci bude littafin da kuma hatimansa bakwai.”
6 ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।
Na ga Dan Rago yana tsaye tsakanin kursiyin da rayayyun halittun nan guda hudu a cikin dattawa. Yana kama da wanda aka kashe. Yana da kafonni bakwai da idanuwa bakwai; wadannan sune ruhohin Allah bakwai da aka aiko zuwa dukan duniya.
7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।
Ya tafi ya karbi littafin daga hannun daman wanda ke zaune bisa kursiyin.
8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।
Lokacin da Dan Ragon ya dauki littafin, rayayyun halittun nan hudu da dattawan nan ashirin da hudu suka fadi har kasa a gaban Dan ragon. Kowannen su na dauke da molo da tasar zinariya cike da kayan kamshi, wadanda kuwa sune addu'o'in masu ba da gaskiya.
9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Suka raira sabuwar waka: “Ka cancanta ka dauki littafinka kuma bude hatimansa. Domin an yanka ka, da jininka ka saya wa Allah mutane daga kowacce kabila, harshe, jama'a da al'umma.
10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”
Ka maishe su mulki da firistoci su bauta wa Allanmu, kuma za su yi mulki a duniya.”
11 ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।
Da na duba sai na ji karar mala'iku masu yawa kewaye da kursiyin da rayayyun halitu da kuma dattawa. Jimillarsu ya kai dubbai goma, sau dubbai goma, da dubun dubbai.
12 ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”
Suka tada murya da karfi suka ce, “Macancanci ne Dan Ragon da aka yanka ya karbi iko, wadata, hikima, karfi, girma, daukaka da yabo.”
13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।” (aiōn g165)
Na ji kowanne halittaccen abu da ke cikin sama da kasa da karkashin kasa da cikin teku - dukan abubuwan da ke cikinsu - na cewa, “Ga shi wanda ke zaune a kan kursiyin da kuma Dan Ragon, yabo, girma, daraja, da kuma ikon yin mulki, har abada abadin. (aiōn g165)
14 ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍‍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।
Sai rayayyun halittun nan hudu suka ce, “Amin!” dattawan nan kuma suka fadi da fuskokinsu suka yi sujada.

< ପ୍ରକାଶିତ 5 >