< ପ୍ରକାଶିତ 8 >

1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା।
Et cum aperuisset sigillum septimum, factum est silentium in cælo, quasi media hora.
2 ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
Et vidi septem Angelos stantes in conspectu Dei: et datæ sunt illis septem tubæ.
3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।
Et alius Angelus venit, et stetit ante altare habens thuribulum aureum: et data sunt illi incensa multa, ut daret de orationibus sanctorum omnium super altare aureum, quod est ante thronum Dei.
4 ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।
Et ascendit fumus incensorum de orationibus sanctorum de manu Angeli coram Deo.
5 ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।
Et accepit Angelus thuribulum, et implevit illud de igne altaris, et misit in terram, et facta sunt tonitrua, et voces, et fulgura, et terræmotus magnus.
6 ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।
Et septem Angeli, qui habebant septem tubas, præparaverunt se ut tuba canerent.
7 ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତ-ମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା।
Et primus Angelus tuba cecinit, et facta est grando, et ignis, mista in sanguine, et missum est in terram, et tertia pars terræ combusta est, et tertia pars arborum concremata est, et omne fœnum viride combustum est.
8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,
Et secundus Angelus tuba cecinit: et tamquam mons magnus igne ardens missus est in mare, et facta est tertia pars maris sanguis,
9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।
et mortua est tertia pars creaturæ eorum, quæ habebant animas in mari, et tertia pars navium interiit.
10 ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;
Et tertius Angelus tuba cecinit: et cecidit de cælo stella magna, ardens tamquam facula, et cecidit in tertiam partem fluminum, et in fontes aquarum:
11 ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।
et nomen stellæ dicitur Absinthium; et facta est tertia pars aquarum in absinthium: et multi hominum mortui sunt de aquis, quia amaræ factæ sunt.
12 ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।
Et quartus Angelus tuba cecinit: et percussa est tertia pars solis, et tertia pars lunæ, et tertia pars stellarum, ita ut obscuraretur tertia pars eorum, et diei non luceret pars tertia, et noctis similiter.
13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।
Et vidi, et audivi vocem unius aquilæ volantis per medium cæli, dicentis voce magna: Væ, væ, væ habitantibus in terra de ceteris vocibus trium Angelorum, qui erant tuba canituri.

< ପ୍ରକାଶିତ 8 >