< ରୋମୀୟ 10 >
1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
Mrli vayi, yo sron mu ni bre Bachi, aa ndu ba gbujbu.
2 କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ।
Me to ndi bahe ni yo sron ni Rji, ana ndi ba to kpe na.
3 ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।
Bana to kpe nitu tie ndindi u Rji na, ba wa ndi ba tie ndindi u tu mba, bana nno tumba ni tie ndindi u Rji na.
4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
Ahi Kristi hi duu u tie ndindi hi ni bi wa ba kpa y'me'a
5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
Musa a nghan nitu ndindi wa'a rji ni ndji, ndji wa a tie ndindi u duu ani son nitu du'a.
6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
U ndindi waa rji ni yo sron a te ndi, na tre ni sron me ndi, a ngha ni hon hi ni mi shu? (Nda ji Yesu Kristi grji ye ni meme).
7 “ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)? (Abyssos )
Na tre ndi a ghan ni grji ye ni meme? Ahi ngha ni ji Yesu Kristi rji ni khyu). (Abyssos )
8 କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।
Amma asi tre ndi ge? iji trea he hyehyre ni wu ni mi nyu me ni mi sron me
9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
U ta hla ni nyu me ndi Yesu hi Bachi, ndi kpa y'me ni sron me ndi Rji zuu wlude ni be u gbujbu.
10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
Ni sron'a idji kpa y'me nda fe kiklan sron ni nyu ndi bre nda gbujbu.
11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
Imbe Rji tre ndi, biwa ba kpa y'me'a ishan na tie ba na.
12 କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
Don Jew baba Greek bana heni kankan na, don Bachi ba'a he riri.
13 କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
Idji wa a yo nde Rji ani fe sii.
14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
Ba tie niheri nda yo nde Idji wa bana kpau y'me na? Ba tie nihe rli nda kpa y'me ni wa bana taba wo duu ma na?
15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
Ba tie nihe rli nda wo ba tina tre tre Rji ni bawu na? Ba ti ni he rli nda tre tre Rji, idan bana ton bana? To wa ba nghan, “Iza biwa ba ji tre ndindi he bi bange.
16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
Bana wo tre Rjia wawuu mba wu na. Ishaya a m'ye “Bachi, a hi nghan kpa y'me ni ton ndu'a?
17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
Yo sron nihe nitu wo, wo rli ni tre Rji.
18 କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
U me m'ye, “Ba na wo na?” E” gbigbi ilan mba he ni mgbumgblu, itre mba hi ni mgbumgblu wawuu.
19 କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
Luwa, mi tre, Israila ban to mu naa? “Musa a tre ndi” Mi ndu yi tie ngu nitu mgbumgblu wa bana to kpe na mi tie ndu ni ba ni ndu sron mbi tie meme.
20 ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
Ishaya a vusron nda tre ndi, biwa bana wame na'a ba fe me. Mi tsro tu mu ni biwa bana m'ye me na'a.
21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”
A tre ni Israila ndi, mi n'ma wo mu hi ni ndji bi kawo trre ni hanton.