< ରୋମୀୟ 10 >

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।
αδελφοι η μεν ευδοκια της εμης καρδιας και η δεησις η προς τον θεον υπερ του ισραηλ εστιν εις σωτηριαν
2 କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।
μαρτυρω γαρ αυτοις οτι ζηλον θεου εχουσιν αλλ ου κατ επιγνωσιν
3 ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।
αγνοουντες γαρ την του θεου δικαιοσυνην και την ιδιαν δικαιοσυνην ζητουντες στησαι τη δικαιοσυνη του θεου ουχ υπεταγησαν
4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।
τελος γαρ νομου χριστος εις δικαιοσυνην παντι τω πιστευοντι
5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ।
μωσης γαρ γραφει την δικαιοσυνην την εκ του νομου οτι ο ποιησας αυτα ανθρωπος ζησεται εν αυτοις
6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”
η δε εκ πιστεως δικαιοσυνη ουτως λεγει μη ειπης εν τη καρδια σου τις αναβησεται εις τον ουρανον τουτ εστιν χριστον καταγαγειν
7 “ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)? (Abyssos g12)
η τις καταβησεται εις την αβυσσον τουτ εστιν χριστον εκ νεκρων αναγαγειν (Abyssos g12)
8 କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।
αλλα τι λεγει εγγυς σου το ρημα εστιν εν τω στοματι σου και εν τη καρδια σου τουτ εστιν το ρημα της πιστεως ο κηρυσσομεν
9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
οτι εαν ομολογησης εν τω στοματι σου κυριον ιησουν και πιστευσης εν τη καρδια σου οτι ο θεος αυτον ηγειρεν εκ νεκρων σωθηση
10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
καρδια γαρ πιστευεται εις δικαιοσυνην στοματι δε ομολογειται εις σωτηριαν
11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
λεγει γαρ η γραφη πας ο πιστευων επ αυτω ου καταισχυνθησεται
12 କାରଣ ଯିହୁଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
ου γαρ εστιν διαστολη ιουδαιου τε και ελληνος ο γαρ αυτος κυριος παντων πλουτων εις παντας τους επικαλουμενους αυτον
13 କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।
πας γαρ ος αν επικαλεσηται το ονομα κυριου σωθησεται
14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?
πως ουν επικαλεσονται εις ον ουκ επιστευσαν πως δε πιστευσουσιν ου ουκ ηκουσαν πως δε ακουσουσιν χωρις κηρυσσοντος
15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”
πως δε κηρυξουσιν εαν μη αποσταλωσιν καθως γεγραπται ως ωραιοι οι ποδες των ευαγγελιζομενων ειρηνην των ευαγγελιζομενων τα αγαθα
16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”
αλλ ου παντες υπηκουσαν τω ευαγγελιω ησαιας γαρ λεγει κυριε τις επιστευσεν τη ακοη ημων
17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
αρα η πιστις εξ ακοης η δε ακοη δια ρηματος θεου
18 କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
αλλα λεγω μη ουκ ηκουσαν μενουνγε εις πασαν την γην εξηλθεν ο φθογγος αυτων και εις τα περατα της οικουμενης τα ρηματα αυτων
19 କିନ୍ତୁ ମୁଁ କହେ, ଇସ୍ରାଏଲ କଅଣ ଜାଣି ନାହାନ୍ତି? ପ୍ରଥମରେ ମୋଶା କହନ୍ତି, “ଆମ୍ଭେ ନଗଣ୍ୟ ଜାତି ଦ୍ୱାରା ତୁମ୍ଭମାନଙ୍କର ଈର୍ଷା ଜନ୍ମାଇବା, ଗୋଟିଏ ନିର୍ବୋଧ ଜାତି ଦ୍ୱାରା ତୁମ୍ଭମାନଙ୍କୁ କ୍ରୋଧାନ୍ୱିତ କରିବା।”
αλλα λεγω μη ουκ εγνω ισραηλ πρωτος μωσης λεγει εγω παραζηλωσω υμας επ ουκ εθνει επι εθνει ασυνετω παροργιω υμας
20 ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”
ησαιας δε αποτολμα και λεγει ευρεθην τοις εμε μη ζητουσιν εμφανης εγενομην τοις εμε μη επερωτωσιν
21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”
προς δε τον ισραηλ λεγει ολην την ημεραν εξεπετασα τας χειρας μου προς λαον απειθουντα και αντιλεγοντα

< ରୋମୀୟ 10 >