< ରୋମୀୟ 11 >

1 ତେବେ ମୁଁ କହେ, ଈଶ୍ବର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକ।
Ptám se tedy: Zavrhl snad Bůh svůj národ? Rozhodně ne! Vždyť já jsem také židovské národnosti, potomek Abrahamův z větve Benjamínovy.
2 ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,
Bůh nezavrhl svůj lid, který si předtím vybral. V Bibli se dočteme, že už Elijáš si Bohu na svůj národ stěžoval:
3 “ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”
„Pane, tvé proroky povraždili, tvé oltáře rozbořili. Už jen já jsem zůstal při tobě a také mně o život ukládají.“
4 କିନ୍ତୁ ତାହାଙ୍କୁ ଈଶ୍ବର କଅଣ ଉତ୍ତର ଦିଅନ୍ତି? “ଯେଉଁମାନେ ଅନ୍ୟ ବାଆଲ୍ ଦେବତା ସମ୍ମୁଖରେ ଆଣ୍ଠୁ ପକାଇ ନାହାନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।”
A co mu na to odpovídá Bůh? „Sedm tisíc věrných – kromě tebe – se bohům cizím ještě neklaní!“
5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
Stejně tak dnes je tu takový zbytek věrných. Bůh je ovšem nevyvolil pro jejich zásluhy, nýbrž ze své milosti.
6 କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।
Tak tedy: o co se tolik snažili Izraelci, toho – kromě těch vyvolených – nedosáhli.
7 ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;
8 ଯେପରି ଲେଖାଅଛି, “ଈଶ୍ବର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।”
Bůh je ranil slepotou, takže mají oči – a přesto nevidí, mají uši – a přesto neslyší, slepí a hluší jsou až dodnes.
9 ପୁଣି, ଦାଉଦ କହନ୍ତି, “ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧ ସ୍ୱରୂପ ହେଉ।
A David říká v jednom svém žalmu: „Jejich blahobyt ať je jim osidlem a kamenem úrazu.
10 ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍‍ଜା କରି ରଖ।”
Zatmi jim zrak, ať nevidí a pod břemenem stále se hrbí.“
11 ତେବେ ମୁଁ ପଚାରେ, କଅଣ ଯିହୁଦୀମାନେ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍‍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୁଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି।
Ptám se tedy: Je snad smyslem jejich klopýtnutí, aby padli nadobro? V žádném případě!
12 ଯଦି ସେମାନଙ୍କର ପତନ ଜଗତର ଧନ ସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୁଦୀମାନଙ୍କ ଧନ ସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନ ସ୍ୱରୂପ ନ ହେବ!
Jejich pád však umožnil záchranu pohanů, a to má probudit u židů zdravou žárlivost. Oč větším požehnáním pro svět bude návrat Izraele k Bohu, když jeho úpadek znamenal už takové dobrodiní!
13 କିନ୍ତୁ ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୁଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋʼ ସେବକପଦର ଗୌରବ କରୁଅଛି,
Proto vám, bývalým pohanům, sloužím tak horlivě,
14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍‍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ।
abych vyvolal žárlivost u svých soukmenovců a alespoň některé tak zachránil.
15 କାରଣ ଯଦି ସେମାନଙ୍କର ତୁଚ୍ଛ କରିବା ଦ୍ୱାରା ସଂସାରର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କଅଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ?
To, že se ocitli v nepřátelském táboře, přineslo světu smíření s Bohem. A což teprve, až je Bůh znovu přijme! To bude přímo vzkříšení z mrtvých!
16 ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର।
Co vyrostlo ze svatých kořenů, je rovněž svaté.
17 କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,
Jestli byly některé větve ze svatého stromu ulomeny a vy, jako plané větve, naroubováni na jejich místo,
18 ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ।
nevypínejte se nad větve původní. Nezapomeňte, že kořen nese vás a ne naopak!
19 ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇପାରେ, ଏଥିନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି।
Říkáš: „Byly přece ulámány, abych já mohl zaujmout jejich místo.“
20 ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;
Máš pravdu, byly ulámány kvůli své nevěře a ty rosteš na jejich místě díky své víře. To však měj za důvod spíš k pokoře než k domýšlivosti.
21 କାରଣ ଯଦି ଈଶ୍ବର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ।
Když Bůh neušetřil větve původní, tím spíš by neušetřil tebe.
22 ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
Máš v tom vidět důkaz jeho přísnosti, ale zároveň i dobroty: přísnosti k odpadlým a dobroty k tobě – pokud ovšem zůstaneš věrný. Jinak odřízne i tebe.
23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।
A stejně i židé, vrátí-li se k Bohu, budou naroubováni zase zpět. Bude to tím snadnější, že Bůh je vlastně jen vrátí na jejich původní místo. Nemělo by vám zůstat tajemstvím, bratři, jaké úmysly má Bůh s Izraelem,
24 କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତବୃକ୍ଷରେ କଲମ କରାଯିବେ!
25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥିନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୁଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
a nechci vás ponechat jen vašim představám. Část židů zůstane od Boha odvrácena tak dlouho, dokud počet povolaných z ostatních národů nebude dovršen. Když se to stane,
26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।
otevře se cesta všemu Izraeli a nalezne spasení, jak píše Izajáš: „Z Jeruzaléma přijde vysvoboditel a všechnu bezbožnost z národa vymýtí.
27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।”
Já, Bůh, s nimi učiním smlouvu, že všechny jejich viny zahladím.“
28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର।
Jak se tedy máte na židy dívat? Nepřijali Pána Ježíše Krista, a proto je můžete pokládat za Boží odpůrce; přitom však nezapomínejte, že vás jejich vzdor přivedl k Božímu milosrdenství. Bůh je však stále miluje, protože jsou dětmi svých předků, které on vyvolil.
29 କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ।
Když Bůh něco daruje, nebere to zpět; když někoho povolá, sám to neruší.
30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ବରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ଯିହୁଦୀମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
Vy jste kdysi Boha odmítali, ale teď se vám dostalo Božího milosrdenství, když ho židé odmítli.
31 ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।
V podobné situaci jsou teď oni. Staví se odmítavě k milosti, která byla udělena vám právě proto, aby ji nakonec mohli dostat i oni.
32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। (eleēsē g1653)
Tak se všichni nerozdílně stali svou neposlušností stejně závislými na Boží milosti, jak Bůh chtěl. (eleēsē g1653)
33 ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!
Jak nesmírné je Boží bohatství, jak hluboká jeho moudrost a poznání. Jak nevyzpytatelná jeho rozhodnutí a nepředvídatelné jeho jednání!
34 “କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”
Kdo může pochopit Boží myšlení, kdo byl kdy jeho poradcem?
35 “ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”
Kdo mu kdy dal něco ze svého, aby mu to on musel vrátit?
36 “ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।” (aiōn g165)
Vždyť z Boha vše pochází, díky jemu a pro něho vše trvá. Jemu sláva na věky! (aiōn g165)

< ରୋମୀୟ 11 >