< ରୋମୀୟ 12 >
1 ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।
I plead to you therefore, brethren, by the mercies of God, that all of you present your bodies a living sacrifice, holy, acceptable unto God, which is your reasonable service.
2 ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ। (aiōn )
And be not conformed to this world: but be all of you transformed by the renewing of your mind, that all of you may prove what is that good, and acceptable, and perfect, will of God. (aiōn )
3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
For I say, through the grace given unto me, to every man that is among you, not to think of himself more highly than he ought to think; but to think soberly, according as God has dealt to every man the measure of faith.
4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,
For as we have many members in one body, and all members have not the same office:
5 ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
So we, being many, are one body in Christ, and every one members one of another.
6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Having then gifts differing according to the grace that is given to us, whether prophecy, let us prophesy according to the proportion of faith;
7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
Or ministry, let us wait on our ministering: or he that teaches, on teaching;
8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।
Or he that exhorts, on exhortation: he that gives, let him do it with simplicity; he that rules, with diligence; he that shows mercy, with cheerfulness.
9 ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
Let love (agape) be without dissimulation. Detest that which is evil; cleave to that which is good.
10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Be kindly affectionate one to another with brotherly love; in honour preferring one another;
11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
Not slothful in business; fervent in spirit; (pneuma) serving the Lord;
12 ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
Rejoicing in hope; patient in tribulation; continuing instant in prayer;
13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Distributing to the necessity of saints; given to hospitality.
14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
Bless them which persecute you: bless, and curse not.
15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
Rejoice with them that do rejoice, and weep with them that weep.
16 ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
Be of the same mind one toward another. Mind not high things, but condescend to men of low estate. Be not wise in your own conceits.
17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;
Recompense to no man evil for evil. Provide things honest in the sight of all men.
18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
If it be possible, as much as lies in you, live peaceably with all men.
19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”
Dearly beloved, avenge not yourselves, but rather give place unto wrath: for it is written, Vengeance is mine; I will repay, says the Lord.
20 “ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାହାକୁ ଭୋଜନ କରାଅ; ଯଦି ସେ ତୃଷିତ ତାହାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାହାର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।”
Therefore if your enemy hunger, feed him; if he thirst, give him drink: for in so doing you shall heap coals of fire on his head.
21 କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।
Be not overcome of evil, but overcome evil with good.