< ରୋମୀୟ 13 >

1 ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।
Každý se má podřídit pozemské vládě, neboť vládní moc má svůj původ od Boha.
2 ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ବରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ।
Kdo se staví proti ní, staví se proti řádu, který Bůh ustanovil, a přivolává na sebe trest.
3 କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ,
Vláda tu není od toho, aby naháněla strach za dobré jednání, nýbrž za špatné. Jednej v souladu se zákony a nemusíš se jí bát.
4 କାରଣ ସେ ମଙ୍ଗଳ ନିମନ୍ତେ ତୁମ୍ଭ ପାଇଁ ଈଶ୍ବରଙ୍କ ସେବକ। କିନ୍ତୁ ଯଦି ଅସଦାଚାର କର, ତାହାହେଲେ ଭୀତ ହୁଅ, ଯେଣୁ ସେ ନିରର୍ଥକ ଖଡ୍ଗ ଧାରଣ କରନ୍ତି ନାହିଁ, କାରଣ ସେ ଈଶ୍ବରଙ୍କ ସେବକ ସ୍ୱରୂପେ ଅସଦାଚାରୀ ପ୍ରତି କ୍ରୋଧ ପ୍ରକାଶ କରିବା ନିମନ୍ତେ ଦଣ୍ଡଦାତା ଅଟନ୍ତି।
Jejím úkolem od Boha je sloužit občanům k dobru. Kdo ovšem páchá zlo, má se proč bát; ne nadarmo má vláda také meč. I to je jejím posláním od Boha, aby trestala zlo.
5 ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ।
Proto je nutno vládu respektovat nejen ze strachu před trestem; to je i věc svědomí.
6 ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
Ze stejného důvodu například platíme daně. Stát je vybírá v zájmu veřejného blaha a také výběrčí svým způsobem slouží všem, když plní tento svěřený úkol.
7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
Dávejte tedy každému, co mu náleží: Komu daň – tomu daň, komu clo – tomu clo, komu úcta – tomu úcta, komu čest – tomu čest.
8 ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
Nedělejte si dluhy. Jediný dluh nikdy nesplatíte: vzájemnou lásku mezi vámi. Kdo druhé lidi miluje, ten plní zákon.
9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Vždyť všechna ta přikázání jako „nebudeš cizoložit, zabíjet, krást, toužit po cizím vlastnictví“a kterákoliv jiná jsou zahrnuta v tomto jediném: Miluj svého bližního jako sám sebe.
10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
Láska neumí ublížit, proto láska je naplněním zákona.
11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
Mějte to vše na paměti tím spíše, že víte, v jak kritické době žijeme. Přišel už čas probrat se z netečnosti. Očekávané vysvobození se blíží.
12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
Noc se chýlí ke konci, den je přede dveřmi. Nechme tedy všeho, co patří do říše tmy, jako jsou pitky a nevázané zábavy, nemravnosti a bezuzdnosti, sváry a závist a připravujme se vstříc světlu.
13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
Všechno vaše jednání ať určuje Ježíš Kristus. Nevěnujte příliš pozornosti tělu, abyste se nestali otroky jeho potřeb.

< ରୋମୀୟ 13 >