< ରୋମୀୟ 14 >
1 ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
Mpokeeni yeyote ambaye ni dhaifu katika imani, bila kutoa hukumu kuhusu mawazo yake.
2 ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।
Mtu mmoja ana imani ya kula chochote, mwingine ambaye ni dhaifu anakula mboga tu.
3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।
Mtu ambaye anakula kila kitu asimdharau yeye asiyekula kila kitu. Na yeye ambaye hali kila kitu asimuhukumu mwingine ambaye hula kila kitu. Kwa kuwa Mungu amekwisha mpokea.
4 ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Wewe ni nani, wewe ambaye unamuhukumu mtumishi ambaye ni miliki ya mtu mwingine? Ni mbele ya Bwana wake kwamba husimama au huanguka. Lakini atainuliwa, kwa kuwa Bwana anaweza kumfanya asimame.
5 ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।
Mtu mmoja huthamini siku moja kuliko nyingine. Mwingine huthamini kila siku sawa sawa. Hebu kila mtu na ashawishike katika akili yake mwenyewe.
6 ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।
Yeye ambaye anashika siku, anashika kwa ajili ya Bwana. Na kwa yeye alaye, hula kwa ajili ya Bwana, kwa kuwa anampa Mungu shukrani. Yeye ambaye hali, hujizuia kutokula kwa ajili ya Bwana. Yeye pia hutoa shukrani kwa Mungu.
7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।
Kwa kuwa hakuna aishie kwa nafsi yake, na hakuna afae kwa ajili yake mwenyewe.
8 ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
Kwa kuwa ikiwa tunaishi, tunaishi kwa ajili ya Bwana. Na ikiwa tunakufa, tunakufa kwa ajili ya Bwana. Basi ikiwa tunaishi au tunakufa tu mali ya Bwana.
9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
Kwa kuwa ni kwa kusudi hili Kristo alikufa na kuishi tena, kwamba awe Bwana wa wote wafu na waishio.
10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
Lakini wewe, kwa nini unamuhukumu ndugu yako? Na wewe, kwa nini unamdharau ndugu yako? Kwa kuwa sisi sote tutasimama mbele ya kiti cha hukumu cha Mungu.
11 ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”
Kwa kuwa imeandikwa, “Kama niishivyo,” asema Bwana, “Kwangu mimi kila goti litapigwa, na kila ulimi utatoa sifa kwa Mungu.”
12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
Hivyo basi, kila mmoja wetu atatoa hesabu yake mwenyewe kwa Mungu.
13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Kwa hiyo, tusiendelee tena kuhukumiana, lakini badala yake amua hivi, kwamba hakuna atakaye weka kikwazo au mtego kwa ndugu yake.
14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।
Ninajua na nimeshawishika katika Bwana Yesu, kwamba hakuna kitu kilicho najisi chenyewe. Ni kwa yeye tu anayedhani kuwa chochote ni najisi, kwa kuwa kwake ni najisi.
15 କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।
Ikiwa kwa sababu ya chakula ndugu yako anahuzunika, hautembei tena katika upendo. Usimharibu kwa chakula chako mtu ambaye kwa ajili yake Kristo alikufa.
16 ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;
Hivyo msiruhusu matendo yenu mema yakasababisha watu kuwadhihaki.
17 କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Kwa kuwa ufalme wa Mungu si kwa ajili ya chakula na kinywaji, bali ni kwa ajili ya haki, amani, na furaha katika Roho Mtakatifu.
18 ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।
Kwa kuwa yeye amtumikiaye Kristo kwa jinsi hii amekubalika kwa Mungu na amekubalika kwa watu.
19 ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Kwa hiyo basi, na tufuate mambo ya amani na mambo ambayo humjenga mtu na mwingine.
20 ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।
Usiharibu kazi ya Mungu kwa sababu ya chakula. Vitu vyote kwa kweli ni safi, lakini ni vibaya kwa mtu yule ambaye hula na kumsababisha yeye kujikwaa.
21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
Ni vyema kutokula nyama, wala kunywa divai, wala chochote ambacho kwa hicho ndugu yako hukwazwa.
22 ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।
Hizi imani maalumu ulizo nazo, ziweke kati yako mwenyewe na Mungu. Amebalikiwa yule ambaye hajihukumu mwenyewe katika kile anachokikubali.
23 କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।
Aliye na mashaka amehukumiwa ikiwa anakula, kwa sababu haitokani na imani. Na chochote kisichotokana na imani ni dhambi.