< ରୋମୀୟ 15 >

1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
Now we who are strong ought to bear the weaknesses of the weak, and not to please ourselves.
2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।
Let each one of us please his neighbor for that which is good, to be building him up.
3 କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।
For even Christ did not please himself. But, as it is written, "The insults of those who insult you fell on me."
4 ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
For whatever things were written before were written for our instruction, that through patience and through encouragement of the Scriptures we might have hope.
5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
Now the God of patience and of encouragement grant you to be of the same mind one with another according to Christ Jesus,
6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।
that with one accord you may with one mouth glorify the God and Father of our Lord Jesus Christ.
7 ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
Therefore accept one another, even as Christ also accepted you, to the glory of God.
8 କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Now I say that Christ has been made a servant of the circumcision for the truth of God, that he might confirm the promises given to the fathers,
9 ପୁଣି, ଯେପରି ଅଣଯିହୁଦୀମାନେ ଈଶ୍ବରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖାଅଛି, “ଏଥିପାଇଁ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”
and that the non-Jews might glorify God for his mercy. As it is written, "therefore I will give praise to you among the non-Jews, and sing to your name."
10 ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”
Again he says, "Rejoice, you nations, with his people."
11 ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”
Again, "Praise the Lord, all you nations. Let all the peoples praise him."
12 ପୁନର୍ବାର ଯିଶାଇୟ କହନ୍ତି, “ଯିଶୀଙ୍କ ମୂଳ ରହିବ, ଆଉ ଯେ ଅଣଯିହୁଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୁଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
Again, Isaiah says, "There will be the root of Jesse, he who arises to rule over the peoples; in him will the nations hope."
13 ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Now may the God of hope fill you with all joy and peace in believing, that you may abound in hope, in the power of the Holy Spirit.
14 ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
I myself am also persuaded about you, my brothers, that you yourselves are full of goodness, filled with all knowledge, able also to admonish others.
15 ତଥାପି ମୋତେ ଈଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
But I write the more boldly to you in part, as reminding you, because of the grace that was given to me by God,
16 କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।
that I should be a servant of Christ Jesus to the non-Jews, serving as a priest the Good News of God, that the offering up of the non-Jews might be made acceptable, sanctified by the Holy Spirit.
17 ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି।
I have therefore my boasting in Christ Jesus in things pertaining to God.
18 କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
For I will not dare to speak of any things except those which Christ worked through me, for the obedience of the non-Jews, by word and deed,
19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
in the power of signs and wonders, in the power of the Spirit of God; so that from Jerusalem, and around as far as to Illyricum, I have fully preached the Good News of Christ.
20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
And in this way I desire to preach the Good News where Christ was not known, that I might not build on another's foundation.
21 ଯେପରି ଲେଖାଅଛି, “ଯେଉଁମାନେ ତାହାଙ୍କ ସମ୍ବାଦ ପାଇ ନାହାନ୍ତି, ସେମାନେ ଦେଖିବେ, ଆଉ ଯେଉଁମାନେ ଶୁଣି ନାହାନ୍ତି, ସେମାନେ ବୁଝିବେ।”
But, as it is written, "Those who were not told about him, they will see, and those who have not heard, they will understand."
22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି;
Therefore also I was hindered these many times from coming to you,
23 କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
but now, no longer having any place in these regions, and having these many years a longing to come to you,
24 ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।
whenever I journey to Spain I will come to you. For I hope to see you on my journey, and to be helped on my way there by you, if first I may enjoy your company for a while.
25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମ ସହରକୁ ଯାଉଅଛି।
But now, I say, I am going to Jerusalem, serving the saints.
26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
For it has been the good pleasure of Macedonia and Achaia to make a certain contribution for the poor among the saints who are at Jerusalem.
27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୁଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ।
Yes, it has been their good pleasure, and they are their debtors. For if the non-Jewish people have been made partakers of their spiritual things, they owe it to them also to serve them in fleshly things.
28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।
When therefore I have accomplished this, and have sealed to them this fruit, I will go on by way of you to Spain.
29 ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
I know that, when I come to you, I will come in the fullness of the blessing of Christ.
30 ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
Now I appeal to you, brothers, by our Lord Jesus Christ, and by the love of the Spirit, that you strive together with me in your prayers to God for me,
31 ଯେପରି ମୁଁ ଯିହୂଦିୟା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,
that I may be delivered from those who are disobedient in Judea, and that my service which I have for Jerusalem may be acceptable to the saints;
32 ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।
that I may come to you in joy through the will of God, and together with you, find rest.
33 ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍‍।
Now the God of peace be with you all. Amen.

< ରୋମୀୟ 15 >