< ରୋମୀୟ 16 >

1 କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
Συνίστημι δὲ ὑμῖν Φοίβην τὴν ἀδελφὴν ἡμῶν, οὖσαν διάκονον τῆς ἐκκλησίας τῆς ἐν Κεγχρεαῖς,
2 ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
ἵνα αὐτὴν προσδέξησθε ἐν Κυρίῳ ἀξίως τῶν ἁγίων καὶ παραστῆτε αὐτῇ ἐν ᾧ ἂν ὑμῶν χρῄζῃ πράγματι· καὶ γὰρ αὕτη προστάτις πολλῶν ἐγενήθη καὶ αὐτοῦ ἐμοῦ.
3 “ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
Ἀσπάσασθε Πρίσκιλλαν καὶ Ἀκύλαν τοὺς συνεργούς μου ἐν Χριστῷ Ἰησοῦ,
4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
οἵτινες ὑπὲρ τῆς ψυχῆς μου τὸν ἑαυτῶν τράχηλον ὑπέθηκαν, οἷς οὐκ ἐγὼ μόνος εὐχαριστῶ, ἀλλὰ καὶ πᾶσαι αἱ ἐκκλησίαι τῶν ἐθνῶν, καὶ τὴν κατ᾽ οἶκον αὐτῶν ἐκκλησίαν.
5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।
ἀσπάσασθε Ἐπαίνετον τὸν ἀγαπητόν μου, ὅς ἐστιν ἀπαρχὴ τῆς Ἀχαΐας εἰς Χριστόν.
6 ମରୀୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ।
ἀσπάσασθε Μαριάμ, ἥτις πολλὰ ἐκοπίασεν εἰς ἡμᾶς.
7 ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।
ἀσπάσασθε Ἀνδρόνικον καὶ Ἰουνίαν τοὺς συγγενεῖς μου καὶ συναιχμαλώτους μου, οἵτινές εἰσιν ἐπίσημοι ἐν τοῖς ἀποστόλοις, οἳ καὶ πρὸ ἐμοῦ γεγόνασιν ἐν Χριστῷ.
8 ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।
ἀσπάσασθε Ἀμπλίαν τὸν ἀγαπητόν μου ἐν Κυρίῳ.
9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।
ἀσπάσασθε Οὐρβανὸν τὸν συνεργὸν ἡμῶν ἐν Χριστῷ καὶ Στάχυν τὸν ἀγαπητόν μου.
10 ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
ἀσπάσασθε Ἀπελλῆν τὸν δόκιμον ἐν Χριστῷ. ἀσπάσασθε τοὺς ἐκ τῶν Ἀριστοβούλου.
11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।
ἀσπάσασθε Ἡρῳδίωνα τὸν συγγενῆ μου. ἀσπάσασθε τοὺς ἐκ τῶν Ναρκίσσου τοὺς ὄντας ἐν Κυρίῳ.
12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।
ἀσπάσασθε Τρύφαιναν καὶ Τρυφῶσαν τὰς κοπιώσας ἐν Κυρίῳ. ἀσπάσασθε Περσίδα τὴν ἀγαπητήν, ἥτις πολλὰ ἐκοπίασεν ἐν Κυρίῳ.
13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋହର ମାତା ସ୍ୱରୂପ।
ἀσπάσασθε Ῥοῦφον τὸν ἐκλεκτὸν ἐν Κυρίῳ καὶ τὴν μητέρα αὐτοῦ καὶ ἐμοῦ.
14 ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।
ἀσπάσασθε Ἀσύγκριτον, Φλέγοντα, Ἑρμᾶν, Πατρόβαν, Ἑρμῆν καὶ τοὺς σὺν αὐτοῖς ἀδελφούς.
15 ଫିଲଲଗ ଓ ଯୂଲିଅ, ନୀରୂସ୍‍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।
ἀσπάσασθε Φιλόλογον καὶ Ἰουλίαν, Νηρέα καὶ τὴν ἀδελφὴν αὐτοῦ, καὶ Ὀλυμπᾶν καὶ τοὺς σὺν αὐτοῖς πάντας ἁγίους.
16 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”
ἀσπάσασθε ἀλλήλους ἐν φιλήματι ἁγίῳ. ἀσπάζονται ὑμᾶς αἱ ἐκκλησίαι τοῦ Χριστοῦ.
17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Παρακαλῶ δὲ ὑμᾶς, ἀδελφοί, σκοπεῖν τοὺς τὰς διχοστασίας καὶ τὰ σκάνδαλα παρὰ τὴν διδαχὴν ἣν ὑμεῖς ἐμάθετε ποιοῦντας, καὶ ἐκκλίνατε ἀπ᾽ αὐτῶν·
18 କାରଣ ଏହିପରି ଲୋକମାନେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
οἱ γὰρ τοιοῦτοι τῷ Κυρίῳ ἡμῶν [Ἰησοῦ] Χριστῷ οὐ δουλεύουσιν, ἀλλὰ τῇ ἑαυτῶν κοιλίᾳ, καὶ διὰ τῆς χρηστολογίας καὶ εὐλογίας ἐξαπατῶσι τὰς καρδίας τῶν ἀκάκων·
19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
ἡ γὰρ ὑμῶν ὑπακοὴ εἰς πάντας ἀφίκετο. χαίρω οὖν τὸ ἐφ᾽ ὑμῖν· θέλω δὲ ὑμᾶς σοφοὺς μὲν εἶναι εἰς τὸ ἀγαθόν, ἀκεραίους δὲ εἰς τὸ κακόν.
20 ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
ὁ δὲ Θεὸς τῆς εἰρήνης συντρίψει τὸν σατανᾶν ὑπὸ τοὺς πόδας ὑμῶν ἐν τάχει. Ἡ χάρις τοῦ Κυρίου ἡμῶν Ἰησοῦ Χριστοῦ μεθ᾽ ὑμῶν.
21 ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Ἀσπάζονται ὑμᾶς Τιμόθεος ὁ συνεργός μου, καὶ Λούκιος καὶ Ἰάσων καὶ Σωσίπατρος οἱ συγγενεῖς μου.
22 ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି।
ἀσπάζομαι ὑμᾶς ἐγὼ Τέρτιος ὁ γράψας τὴν ἐπιστολὴν ἐν Κυρίῳ.
23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
ἀσπάζεται ὑμᾶς Γάϊος ὁ ξένος μου καὶ τῆς ἐκκλησίας ὅλης. ἀσπάζεται ὑμᾶς Ἔραστος ὁ οἰκονόμος τῆς πόλεως καὶ Κούαρτος ὁ ἀδελφός.
24 [ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]
Ἡ χάρις τοῦ Κυρίου ἡμῶν Ἰησοῦ Χριστοῦ μετὰ πάντων ὑμῶν· ἀμήν.
25 ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, (aiōnios g166)
Τῷ δὲ δυναμένῳ ὑμᾶς στηρίξαι κατὰ τὸ εὐαγγέλιόν μου καὶ τὸ κήρυγμα Ἰησοῦ Χριστοῦ, κατὰ ἀποκάλυψιν μυστηρίου χρόνοις αἰωνίοις σεσιγημένου, (aiōnios g166)
26 ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, (aiōnios g166)
φανερωθέντος δὲ νῦν, διά τε γραφῶν προφητικῶν κατ᾽ ἐπιταγὴν τοῦ αἰωνίου Θεοῦ εἰς ὑπακοὴν πίστεως εἰς πάντα τὰ ἔθνη γνωρισθέντος, (aiōnios g166)
27 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍। (aiōn g165)
μόνῳ σοφῷ Θεῷ διὰ Ἰησοῦ Χριστοῦ, ᾧ ἡ δόξα εἰς τοὺς αἰῶνας· ἀμήν. (aiōn g165)

< ରୋମୀୟ 16 >