< ରୋମୀୟ 2 >
1 ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ।
Now then, you there, whoever you are who judges someone else for things you practice yourself—you condemn yourself and are inexcusable.
2 ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ।
Further, we know that God's judgment against those who practice such things is according to truth.
3 ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?
So then, you there, you who judge those who practice such things while doing the same, do you really imagine that you will escape God's judgment?
4 କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
Or do you scorn the riches of His kindness, tolerance and longsuffering, not recognizing that the goodness of God is leading you toward repentance?
5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Rather, due to your hardness and unrepentant heart, you are treasuring up wrath for yourself in the day of God's wrath and revelation and righteous judgment,
6 ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
who will repay each one according to his works:
7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, (aiōnios )
to those who seek for glory, honor and incorruption, by persevering in doing good—eternal life; (aiōnios )
8 କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।
but to those who, due to self-seeking, are actually disobeying the truth (while obeying the unrighteousness)—fury and wrath,
9 ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
tribulation and anguish, upon every human soul who works at the evil, whether Jew (first) or Greek;
10 ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
but glory, honor and peace to everyone who works the good, whether Jew (first) or Greek.
11 କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
Now there is no favoritism with God.
12 ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
For as many as have sinned without law will also perish without law; while as many as have sinned with law will be judged by law.
13 କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ।
For it is not the hearers of the law who are righteous before God, but the doers of the law will be justified
14 ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
(indeed, whenever the ethnic nations that do not have law do by nature the things of the law, these, although not having law, are a law to themselves;
15 କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
who show the work of the law written in their hearts, their conscience also bearing witness, and their reasonings among themselves accusing or even excusing)
16 ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
in the day when God, according to my Gospel, will judge people's secrets by Jesus Christ.
17 କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,
Look, you declare yourself a Jew, and rest on the Law, and boast in God,
18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
and know the Will, and approve the superior things, being instructed out of the Law.
19 ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Further, you are confident that you yourself are a guide to the blind, a light to those in darkness,
20 ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
an instructor of the foolish, a teacher of the immature, having in the Law the embodiment of knowledge and truth.
21 ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
You then, who teach another, do you not teach yourself? You who preach not to steal, do you steal?
22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?
You who say not to commit adultery, do you adulterate? You who abhor idols, do you rob temples?
23 ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?
You who boast in the Law, do you dishonor God through the transgression of the Law?
24 କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
For, just as it is written: “The name of God is blasphemed among the Gentiles because of you.”
25 ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ।
Now circumcision does have value if you keep the Law, but if you are a transgressor of the Law, your circumcision has become uncircumcision.
26 ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?
So if the uncircumcised keeps the righteous requirements of the Law, will not his uncircumcision be counted as circumcision?
27 ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ।
And will not the physically uncircumcised who fulfills the law judge you, complete with written code and circumcision, who are a transgressor of the Law?
28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;
Because a person is not a [true] Jew who is only one outwardly, nor is [true] circumcision something outward in the flesh;
29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।
but he is a Jew who is one inwardly, and circumcision is of the heart—in spirit, not letter—whose praise is not from men but from God.