< ରୋମୀୟ 3 >

1 ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ।
Τί οὖν τὸ περισσὸν τοῦ Ἰουδαίου, ἢ τίς ἡ ὠφέλεια τῆς περιτομῆς;
2 ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା।
πολὺ κατὰ πάντα τρόπον. πρῶτον μὲν γὰρ ὅτι ἐπιστεύθησαν τὰ λόγια τοῦ Θεοῦ.
3 ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ?
τί γάρ; εἰ ἠπίστησάν τινες, μὴ ἡ ἀπιστία αὐτῶν τὴν πίστιν τοῦ Θεοῦ καταργήσει;
4 ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
μὴ γένοιτο· γινέσθω δὲ ὁ Θεὸς ἀληθής, πᾶς δὲ ἄνθρωπος ψεύστης, καθάπερ γέγραπται Ὅπως ἂν δικαιωθῇς ἐν τοῖς λόγοις σου καὶ νικήσεις ἐν τῷ κρίνεσθαί σε.
5 କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି।
εἰ δὲ ἡ ἀδικία ἡμῶν Θεοῦ δικαιοσύνην συνίστησιν, τί ἐροῦμεν; μὴ ἄδικος ὁ Θεὸς ὁ ἐπιφέρων τὴν ὀργήν; κατὰ ἄνθρωπον λέγω.
6 ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ?
μὴ γένοιτο· ἐπεὶ πῶς κρινεῖ ὁ Θεὸς τὸν κόσμον;
7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି?
εἰ δὲ ἡ ἀλήθεια τοῦ Θεοῦ ἐν τῷ ἐμῷ ψεύσματι ἐπερίσσευσεν εἰς τὴν δόξαν αὐτοῦ, τί ἔτι κἀγὼ ὡς ἁμαρτωλὸς κρίνομαι;
8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ।
καὶ μὴ καθὼς βλασφημούμεθα καὶ καθώς φασίν τινες ἡμᾶς λέγειν ὅτι Ποιήσωμεν τὰ κακὰ ἵνα ἔλθῃ τὰ ἀγαθά; ὧν τὸ κρίμα ἔνδικόν ἐστιν.
9 ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
Τί οὖν; προεχόμεθα; οὐ πάντως· προῃτιασάμεθα γὰρ Ἰουδαίους τε καὶ Ἕλληνας πάντας ὑφ’ ἁμαρτίαν εἶναι,
10 ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
καθὼς γέγραπται ὅτι Οὐκ ἔστιν δίκαιος οὐδὲ εἷς,
11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
οὐκ ἔστιν ὁ συνίων, οὐκ ἔστιν ὁ ἐκζητῶν τὸν Θεόν·
12 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
πάντες ἐξέκλιναν, ἅμα ἠχρεώθησαν· οὐκ ἔστιν ὁ ποιῶν χρηστότητα, οὐκ ἔστιν ἕως ἑνός.
13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
τάφος ἀνεῳγμένος ὁ λάρυγξ αὐτῶν, ταῖς γλώσσαις αὐτῶν ἐδολιοῦσαν, ἰὸς ἀσπίδων ὑπὸ τὰ χείλη αὐτῶν·
14 ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;
ὧν τὸ στόμα ἀρᾶς καὶ πικρίας γέμει·
15 ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,
ὀξεῖς οἱ πόδες αὐτῶν ἐκχέαι αἷμα,
16 ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
σύντριμμα καὶ ταλαιπωρία ἐν ταῖς ὁδοῖς αὐτῶν,
17 ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।
καὶ ὁδὸν εἰρήνης οὐκ ἔγνωσαν.
18 ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”
οὐκ ἔστιν φόβος Θεοῦ ἀπέναντι τῶν ὀφθαλμῶν αὐτῶν.
19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Οἴδαμεν δὲ ὅτι ὅσα ὁ νόμος λέγει τοῖς ἐν τῷ νόμῳ λαλεῖ, ἵνα πᾶν στόμα φραγῇ καὶ ὑπόδικος γένηται πᾶς ὁ κόσμος τῷ Θεῷ·
20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
διότι ἐξ ἔργων νόμου οὐ δικαιωθήσεται πᾶσα σὰρξ ἐνώπιον αὐτοῦ· διὰ γὰρ νόμου ἐπίγνωσις ἁμαρτίας.
21 କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
Νυνὶ δὲ χωρὶς νόμου δικαιοσύνη Θεοῦ πεφανέρωται, μαρτυρουμένη ὑπὸ τοῦ νόμου καὶ τῶν προφητῶν,
22 ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,
δικαιοσύνη δὲ Θεοῦ διὰ πίστεως Ἰησοῦ Χριστοῦ, εἰς πάντας τοὺς πιστεύοντας· οὐ γάρ ἐστιν διαστολή·
23 ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,
πάντες γὰρ ἥμαρτον καὶ ὑστεροῦνται τῆς δόξης τοῦ Θεοῦ,
24 ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
δικαιούμενοι δωρεὰν τῇ αὐτοῦ χάριτι διὰ τῆς ἀπολυτρώσεως τῆς ἐν Χριστῷ Ἰησοῦ·
25 ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
ὃν προέθετο ὁ Θεὸς ἱλαστήριον διὰ πίστεως ἐν τῷ αὐτοῦ αἵματι, εἰς ἔνδειξιν τῆς δικαιοσύνης αὐτοῦ διὰ τὴν πάρεσιν τῶν προγεγονότων ἁμαρτημάτων
26 ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
ἐν τῇ ἀνοχῇ τοῦ Θεοῦ, πρὸς τὴν ἔνδειξιν τῆς δικαιοσύνης αὐτοῦ ἐν τῷ νῦν καιρῷ, εἰς τὸ εἶναι αὐτὸν δίκαιον καὶ δικαιοῦντα τὸν ἐκ πίστεως Ἰησοῦ.
27 ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।
Ποῦ οὖν ἡ καύχησις; ἐξεκλείσθη. διὰ ποίου νόμου; τῶν ἔργων; οὐχί, ἀλλὰ διὰ νόμου πίστεως.
28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
λογιζόμεθα γὰρ δικαιοῦσθαι πίστει ἄνθρωπον χωρὶς ἔργων νόμου.
29 କିମ୍ବା ଈଶ୍ବର କି କେବଳ ଯିହୁଦୀମାନଙ୍କର ଈଶ୍ବର? ସେ କି ଅଣଯିହୁଦୀମାନଙ୍କର ମଧ୍ୟ ଈଶ୍ବର ନୁହଁନ୍ତି? ହଁ, ଅଣଯିହୁଦୀମାନଙ୍କର ମଧ୍ୟ।
ἢ Ἰουδαίων ὁ Θεὸς μόνον; οὐχὶ καὶ ἐθνῶν; ναὶ καὶ ἐθνῶν,
30 କାରଣ ଈଶ୍ବର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ।
εἴπερ εἷς ὁ Θεός, ὃς δικαιώσει περιτομὴν ἐκ πίστεως καὶ ἀκροβυστίαν διὰ τῆς πίστεως.
31 ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।
νόμον οὖν καταργοῦμεν διὰ τῆς πίστεως; μὴ γένοιτο, ἀλλὰ νόμον ἱστάνομεν.

< ରୋମୀୟ 3 >