< ରୋମୀୟ 4 >

1 ତେବେ ଶରୀର ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷ ଅବ୍ରହାମ କଅଣ ପାଇଅଛନ୍ତି ବୋଲି ଆମ୍ଭେମାନେ କହିବା?
ועתה מה נאמר על אברהם אבינו מה זה השיג לפי הבשר׃
2 କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।
כי אם נצדק אברהם מתוך המעשים לו התהלה אך לא לפני האלהים׃
3 କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
כי הכתוב מה הוא אמר והאמן אברהם ביהוה ויחשבה לו צדקה׃
4 ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ।
הנה הפעל לא יחשב לו שכרו על פי החסד כי אם על פי החוב׃
5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
אבל לאשר איננו פעל כי אם מאמין במצדיק את הרשע אמונתו תחשב לו לצדקה׃
6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,
כאשר גם דוד מאשר את האדם אשר האלהים יחשב לו צדקה בלא מעשים באמרו׃
7 “ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ।
אשרי נשוי פשע כסוי חטאה׃
8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”
אשרי אדם לא יחשב יהוה לו עון׃
9 ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ନା ଅସୁନ୍ନତିପ୍ରାପ୍ତମାନଙ୍କୁ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
ועתה האשור הזה העל המילה הוא אם גם על הערלה הלא אמרנו כי לאברהם נחשבה אמונתו לצדקה׃
10 ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ।
ואין נחשבה לו אם בהיותו מהול או בעודנו ערל הן לא בהיותו מהול כי אם בערלתו׃
11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
ואות המילה קבל לחותם צדקת האמונה אשר היתה לו בערלתו להיות לאב לכל המאמינים והם ערלים למען אף להם תחשב הצדקה׃
12 ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।
ולהיות לאב גם למולים אך לא לאשר הם נמולים לבד כי אם גם הלכים בעקבות האמונה שהיתה לו לאברהם בעודנו בערלתו׃
13 କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା।
כי לא על ידי תורה באה ההבטחה לאברהם ולזרעו להיותו ירש העולם כי אם על ידי צדקת האמונה׃
14 ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।
כי אלו לבני התורה הירשה האמונה לריק תהיה וההבטחה בטלה׃
15 କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
כי התורה מביאה קצף כי באשר אין תורה גם אין שם עברה׃
16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
על כן מתוך אמונה למען לפי חסד למען תחיה ההבטחה קימת לכל זרעו לא לבני התורה לבדם כי גם לבני אמונת אברהם אשר הוא אב לכלנו׃
17 ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ।
ככתוב כי אב המון גוים נתתיך והוא האמין בהביט אל אל המחיה את המתים והקורא את אשר לא היה כמו הוה׃
18 “ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
באשר אין תקוה קוה ויאמן למען אשר יהיה לאב המון גוים כמו שנאמר כה יהיה זרעך׃
19 ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
ולא רפתה אמונתו ולא התבונן אל גופו שכבר נפוג בהיותו כבן מאת שנה ואל בלות רחם שרה׃
20 ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,
ולא חלק לבו בהבטחת האלהים כחסר האמונה כי אם התחזק באמונתו ויתן כבוד לאלהים׃
21 କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
וידע בלבב שלם כי את אשר הבטיח גם יכל לעשותו׃
22 ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
על כן גם נחשבה לו לצדקה׃
23 ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
ולא לבד למענו כתובה זאת שנחשבה לו׃
24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
כי אם גם למעננו אשר עתידה להחשב לנו המאמינים במי שהעיר את ישוע אדנינו מן המתים׃
25 ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।
אשר נמסר בעבור פשעינו ונעור לבעבור צדקנו׃

< ରୋମୀୟ 4 >