< ରୋମୀୟ 5 >

1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
δικαιωθεντες ουν εκ πιστεως ειρηνην {VAR1: εχωμεν } {VAR2: εχομεν } προς τον θεον δια του κυριου ημων ιησου χριστου
2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
δι ου και την προσαγωγην εσχηκαμεν [τη πιστει] εις την χαριν ταυτην εν η εστηκαμεν και καυχωμεθα επ ελπιδι της δοξης του θεου
3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
ου μονον δε αλλα και καυχωμεθα εν ταις θλιψεσιν ειδοτες οτι η θλιψις υπομονην κατεργαζεται
4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
η δε υπομονη δοκιμην η δε δοκιμη ελπιδα
5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
η δε ελπις ου καταισχυνει οτι η αγαπη του θεου εκκεχυται εν ταις καρδιαις ημων δια πνευματος αγιου του δοθεντος ημιν
6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
{VAR1: ει γε } {VAR2: ετι γαρ } χριστος οντων ημων ασθενων ετι κατα καιρον υπερ ασεβων απεθανεν
7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।
μολις γαρ υπερ δικαιου τις αποθανειται υπερ γαρ του αγαθου ταχα τις και τολμα αποθανειν
8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
συνιστησιν δε την εαυτου αγαπην εις ημας ο θεος οτι ετι αμαρτωλων οντων ημων χριστος υπερ ημων απεθανεν
9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
πολλω ουν μαλλον δικαιωθεντες νυν εν τω αιματι αυτου σωθησομεθα δι αυτου απο της οργης
10 କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
ει γαρ εχθροι οντες κατηλλαγημεν τω θεω δια του θανατου του υιου αυτου πολλω μαλλον καταλλαγεντες σωθησομεθα εν τη ζωη αυτου
11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
ου μονον δε αλλα και καυχωμενοι εν τω θεω δια του κυριου ημων ιησου {VAR1: [χριστου] } {VAR2: χριστου } δι ου νυν την καταλλαγην ελαβομεν
12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
δια τουτο ωσπερ δι ενος ανθρωπου η αμαρτια εις τον κοσμον εισηλθεν και δια της αμαρτιας ο θανατος και ουτως εις παντας ανθρωπους ο θανατος διηλθεν εφ ω παντες ημαρτον
13 କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
αχρι γαρ νομου αμαρτια ην εν κοσμω αμαρτια δε ουκ {VAR1: ελλογαται } {VAR2: ελλογειται } μη οντος νομου
14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
αλλα εβασιλευσεν ο θανατος απο αδαμ μεχρι μωυσεως και επι τους μη αμαρτησαντας επι τω ομοιωματι της παραβασεως αδαμ ος εστιν τυπος του μελλοντος
15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
αλλ ουχ ως το παραπτωμα ουτως {VAR1: [και] } {VAR2: και } το χαρισμα ει γαρ τω του ενος παραπτωματι οι πολλοι απεθανον πολλω μαλλον η χαρις του θεου και η δωρεα εν χαριτι τη του ενος ανθρωπου ιησου χριστου εις τους πολλους επερισσευσεν
16 ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
και ουχ ως δι ενος αμαρτησαντος το δωρημα το μεν γαρ κριμα εξ ενος εις κατακριμα το δε χαρισμα εκ πολλων παραπτωματων εις δικαιωμα
17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
ει γαρ τω του ενος παραπτωματι ο θανατος εβασιλευσεν δια του ενος πολλω μαλλον οι την περισσειαν της χαριτος και {VAR1: [της δωρεας] } {VAR2: της δωρεας } της δικαιοσυνης λαμβανοντες εν ζωη βασιλευσουσιν δια του ενος ιησου χριστου
18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
αρα ουν ως δι ενος παραπτωματος εις παντας ανθρωπους εις κατακριμα ουτως και δι ενος δικαιωματος εις παντας ανθρωπους εις δικαιωσιν ζωης
19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
ωσπερ γαρ δια της παρακοης του ενος ανθρωπου αμαρτωλοι κατεσταθησαν οι πολλοι ουτως και δια της υπακοης του ενος δικαιοι κατασταθησονται οι πολλοι
20 ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
νομος δε παρεισηλθεν ινα πλεοναση το παραπτωμα ου δε επλεονασεν η αμαρτια υπερεπερισσευσεν η χαρις
21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ। (aiōnios g166)
ινα ωσπερ εβασιλευσεν η αμαρτια εν τω θανατω ουτως και η χαρις βασιλευση δια δικαιοσυνης εις ζωην αιωνιον δια ιησου χριστου του κυριου ημων (aiōnios g166)

< ରୋମୀୟ 5 >