< ରୋମୀୟ 5 >
1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
ですから、信仰によって義と認められた私たちは、私たちの主イエス・キリストによって、神との平和を持っています。
2 ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
またキリストによって、いま私たちの立っているこの恵みに信仰によって導き入れられた私たちは、神の栄光を望んで大いに喜んでいます。
3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
そればかりではなく、患難さえも喜んでいます。それは、患難が忍耐を生み出し、
4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
忍耐が練られた品性を生み出し、練られた品性が希望を生み出すと知っているからです。
5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
この希望は失望に終わることがありません。なぜなら、私たちに与えられた聖霊によって、神の愛が私たちの心に注がれているからです。
6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
私たちがまだ弱かったとき、キリストは定められた時に、不敬虔な者のために死んでくださいました。
7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ।
正しい人のためにでも死ぬ人はほとんどありません。情け深い人のためには、進んで死ぬ人があるいはいるでしょう。
8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
しかし私たちがまだ罪人であったとき、キリストが私たちのために死んでくださったことにより、神は私たちに対するご自身の愛を明らかにしておられます。
9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
ですから、今すでにキリストの血によって義と認められた私たちが、彼によって神の怒りから救われるのは、なおさらのことです。
10 କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
もし敵であった私たちが、御子の死によって神と和解させられたのなら、和解させられた私たちが、彼のいのちによって救いにあずかるのは、なおさらのことです。
11 ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
そればかりでなく、私たちのために今や和解を成り立たせてくださった私たちの主イエス・キリストによって、私たちは神を大いに喜んでいるのです。
12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।
そういうわけで、ちょうどひとりの人によって罪が世界にはいり、罪によって死がはいり、こうして死が全人類に広がったのと同様に、――それというのも全人類が罪を犯したからです。
13 କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
というのは、律法が与えられるまでの時期にも罪は世にあったからです。しかし罪は、何かの律法がなければ、認められないものです。
14 ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
ところが死は、アダムからモーセまでの間も、アダムの違反と同じようには罪を犯さなかった人々をさえ支配しました。アダムはきたるべき方のひな型です。
15 କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
ただし、恵みには違反のばあいとは違う点があります。もしひとりの違反によって多くの人が死んだとすれば、それにもまして、神の恵みとひとりの人イエス・キリストの恵みによる賜物とは、多くの人々に満ちあふれるのです。
16 ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
また、賜物には、罪を犯したひとりによるばあいと違った点があります。さばきのばあいは、一つの違反のために罪に定められたのですが、恵みのばあいは、多くの違反が義と認められるからです。
17 ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
もしひとりの人の違反により、ひとりによって死が支配するようになったとすれば、なおさらのこと、恵みと義の賜物とを豊かに受けている人々は、ひとりの人イエス・キリストにより、いのちにあって支配するのです。
18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
こういうわけで、ちょうど一つの違反によってすべての人が罪に定められたのと同様に、一つの義の行為によってすべての人が義と認められて、いのちを与えられるのです。
19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
すなわち、ちょうどひとりの人の不従順によって多くの人が罪人とされたのと同様に、ひとりの従順によって多くの人が義人とされるのです。
20 ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
律法がはいって来たのは、違反が増し加わるためです。しかし、罪の増し加わるところには、恵みも満ちあふれました。
21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ। (aiōnios )
それは、罪が死によって支配したように、恵みが、私たちの主イエス・キリストにより、義の賜物によって支配し、永遠のいのちを得させるためなのです。 (aiōnios )