< ରୋମୀୟ 6 >

1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
אם כן מה נאמר הנעמד בחטא למען ירבה החסד׃
2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
חלילה לנו כי מתנו לחטא ואיך נוסיף לחיות בו׃
3 ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
או האינכם ידעים כי כלנו הנטבלים למשיח ישוע למותו נטבלנו׃
4 ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
לכן נקברנו אתו בטבילה למות למען כאשר נעור המשיח מן המתים בכבוד האב כן נתהלך גם אנחנו בחיים מחדשים׃
5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା।
כי אם נדבקנו בדמיון מותו אכן גם נהיה דבוקים לתחיתו׃
6 ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
באשר ידעים אנחנו כי נצלב אתו האדם הישן אשר בנו למען תבטל גוית החטא לבלתי היותנו עוד עבדים לחטא׃
7 ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।
כי אשר מת הוא נקה מן החטא׃
8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।
והנה אם מתנו עם המשיח נאמין כי גם נחיה עמו׃
9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।
באשר ידענו כי המשיח אחרי אשר נעור מן המתים לא ימות עוד והמות לא ישלט בו עוד׃
10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।
כי אשר מת מת לחטא פעם אחת ואשר חי חי הוא לאלהים׃
11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
וכן גם אתם חשבו אתכם מתים לחטא וחיים לאלהים במשיח ישוע אדנינו׃
12 ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;
אם כן אפוא אל תמלך החטאת בגופכם אשר ימות לנטות אחריה בתאותיו׃
13 କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
גם אל תכינו את אבריכם להיות כלי עול לחטא אך תכינו את נפשכם לאלהים כחיים מעם המתים ואבריכם כלי צדקה לאלהים כי החטא לא יוכל למשל עוד בכם יען אינכם תחת יד התורה כי אם תחת יד החסד׃
14 କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
15 ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
ועתה מה הנחטא יען איננו תחת יד התורה כי אם תחת יד החסד חלילה׃
16 ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍‍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
הלא ידעתם כי לאשר תתנו את נפשכם להיות עבדיו לסור למשמעתו הן עבדים אתם לאשר תשמעו לו אם לחטא אלי מות אם למשמעת אלי צדקה׃
17 କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
אבל תודת לאלהים כי הייתם עבדי החטא ואחר שמעתם בכל לבבכם אל תכונת הלקח אשר נמסרתם לו׃
18 ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
שחררתם מידי החטא לכן השתעבדתם לצדקה׃
19 ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।
כדרך בני אדם אני מדבר מפני רפיון בשרכם כי כאשר לפנים הכינותם את אבריכם לעבודת החטאה והרשע להרשיע כן עתה הכינו את אבריכם לעבודת הצדקה להתקדש׃
20 କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।
כי בעת היותכם עבדי החטא חפשים הייתם מן הצדקה׃
21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
ומה אפוא הפרי שהיה לכם אז מן המעשים אשר עתה תבשו מהם כי אחריתם המות׃
22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ। (aiōnios g166)
אכן עתה בהיותכם משחררים מידי החטא ומשעבדים לאלהים יש לכם פריכם לקדשה ואחריתו חיי עולם׃ (aiōnios g166)
23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। (aiōnios g166)
כי שכר החטא הוא המות ומתנת חסד אלהים היא חיי העולם במשיח ישוע אדנינו׃ (aiōnios g166)

< ରୋମୀୟ 6 >