< ରୋମୀୟ 7 >

1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି।
Ἢ ἀγνοεῖτε, ἀδελφοί — γινώσκουσι γὰρ νόμον λαλῶ — ὅτι ὁ νόμος κυριεύει τοῦ ἀνθρώπου ἐφ᾿ ὅσον χρόνον ζῇ;
2 ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।
Ἡ γὰρ ὕπανδρος γυνὴ τῷ ζῶντι ἀνδρὶ δέδεται νόμῳ· ἐὰν δὲ ἀποθάνῃ ὁ ἀνήρ, κατήργηται ἀπὸ τοῦ νόμου τοῦ ἀνδρός.
3 ଅତଏବ, ସ୍ୱାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାହାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ୱାମୀ ମରିଯାଏ, ତେବେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ।
Ἄρα οὖν ζῶντος τοῦ ἀνδρὸς μοιχαλὶς χρηματίσει, ἐὰν γένηται ἀνδρὶ ἑτέρῳ· ἐὰν δὲ ἀποθάνῃ ὁ ἀνήρ, ἐλευθέρα ἐστὶν ἀπὸ τοῦ νόμου, τοῦ μὴ εἶναι αὐτὴν μοιχαλίδα, γενομένην ἀνδρὶ ἑτέρῳ.
4 ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।
Ὥστε, ἀδελφοί μου, καὶ ὑμεῖς ἐθανατώθητε τῷ νόμῳ διὰ τοῦ σώματος τοῦ Χριστοῦ, εἰς τὸ γενέσθαι ὑμᾶς ἑτέρῳ, τῷ ἐκ νεκρῶν ἐγερθέντι, ἵνα καρποφορήσωμεν τῷ Θεῷ.
5 କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
Ὅτε γὰρ ἦμεν ἐν τῇ σαρκί, τὰ παθήματα τῶν ἁμαρτιῶν τὰ διὰ τοῦ νόμου ἐνηργεῖτο ἐν τοῖς μέλεσιν ἡμῶν εἰς τὸ καρποφορῆσαι τῷ θανάτῳ.
6 କିନ୍ତୁ ଯେପରି ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ବର୍ତ୍ତମାନ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାରେ ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ।
Νυνὶ δὲ κατηργήθημεν ἀπὸ τοῦ νόμου, ἀποθανόντος ἐν ᾧ κατειχόμεθα, ὥστε δουλεύειν ἡμᾶς ἐν καινότητι πνεύματος, καὶ οὐ παλαιότητι γράμματος.
7 ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Τί οὖν ἐροῦμεν; Ὁ νόμος ἁμαρτία; Μὴ γένοιτο· ἀλλὰ τὴν ἁμαρτίαν οὐκ ἔγνων, εἰ μὴ διὰ νόμου· τήν τε γὰρ ἐπιθυμίαν οὐκ ᾔδειν, εἰ μὴ ὁ νόμος ἔλεγεν, Οὐκ ἐπιθυμήσεις·
8 କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।
ἀφορμὴν δὲ λαβοῦσα ἡ ἁμαρτία διὰ τῆς ἐντολῆς κατειργάσατο ἐν ἐμοὶ πᾶσαν ἐπιθυμίαν· χωρὶς γὰρ νόμου ἁμαρτία νεκρά.
9 ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
Ἐγὼ δὲ ἔζων χωρὶς νόμου ποτέ· ἐλθούσης δὲ τῆς ἐντολῆς, ἡ ἁμαρτία ἀνέζησεν, ἐγὼ δὲ ἀπέθανον·
10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
καὶ εὑρέθη μοι ἡ ἐντολὴ ἡ εἰς ζωήν, αὕτη εἰς θάνατον·
11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।
ἡ γὰρ ἁμαρτία ἀφορμὴν λαβοῦσα διὰ τῆς ἐντολῆς ἐξηπάτησέ με, καὶ δι᾿ αὐτῆς ἀπέκτεινεν.
12 ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
Ὥστε ὁ μὲν νόμος ἅγιος, καὶ ἡ ἐντολὴ ἁγία καὶ δικαία καὶ ἀγαθή.
13 ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।
Τὸ οὖν ἀγαθὸν ἐμοὶ γέγονε θάνατος; Μὴ γένοιτο. Ἀλλὰ ἡ ἁμαρτία, ἵνα φανῇ ἁμαρτία, διὰ τοῦ ἀγαθοῦ μοι κατεργαζομένη θάνατον — ἵνα γένηται καθ᾿ ὑπερβολὴν ἁμαρτωλὸς ἡ ἁμαρτία διὰ τῆς ἐντολῆς.
14 ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ।
Οἴδαμεν γὰρ ὅτι ὁ νόμος πνευματικός ἐστιν· ἐγὼ δὲ σαρκικός εἰμι, πεπραμένος ὑπὸ τὴν ἁμαρτίαν.
15 କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
Ὃ γὰρ κατεργάζομαι, οὐ γινώσκω· οὐ γὰρ ὃ θέλω, τοῦτο πράσσω· ἀλλ᾿ ὃ μισῶ, τοῦτο ποιῶ.
16 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।
Εἰ δὲ ὃ οὐ θέλω, τοῦτο ποιῶ, σύμφημι τῷ νόμῳ ὅτι καλός.
17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି।
Νυνὶ δὲ οὐκέτι ἐγὼ κατεργάζομαι αὐτό, ἀλλ᾿ ἡ οἰκοῦσα ἐν ἐμοὶ ἁμαρτία.
18 କାରଣ ମୋʼ ଠାରେ, ଅର୍ଥାତ୍‍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।
Οἶδα γὰρ ὅτι οὐκ οἰκεῖ ἐν ἐμοί, τοῦτ᾿ ἔστιν ἐν τῇ σαρκί μου, ἀγαθόν· τὸ γὰρ θέλειν παράκειταί μοι, τὸ δὲ κατεργάζεσθαι τὸ καλὸν οὐχ εὑρίσκω.
19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।
Οὐ γὰρ ὃ θέλω, ποιῶ ἀγαθόν· ἀλλ᾿ ὃ οὐ θέλω κακόν, τοῦτο πράσσω.
20 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼ ଠାରେ ବାସ କରୁଥିବା ପାପ ତାହା କରେ।
Εἰ δὲ ὃ οὐ θέλω ἐγώ, τοῦτο ποιῶ, οὐκέτι ἐγὼ κατεργάζομαι αὐτό, ἀλλ᾿ ἡ οἰκοῦσα ἐν ἐμοὶ ἁμαρτία.
21 ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।
Εὑρίσκω ἄρα τὸν νόμον τῷ θέλοντι ἐμοὶ ποιεῖν τὸ καλόν, ὅτι ἐμοὶ τὸ κακὸν παράκειται.
22 କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Συνήδομαι γὰρ τῷ νόμῳ τοῦ Θεοῦ κατὰ τὸν ἔσω ἄνθρωπον·
23 କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।
βλέπω δὲ ἕτερον νόμον ἐν τοῖς μέλεσί μου ἀντιστρατευόμενον τῷ νόμῳ τοῦ νοός μου, καὶ αἰχμαλωτίζοντά με τῷ νόμῳ τῆς ἁμαρτίας τῷ ὄντι ἐν τοῖς μέλεσί μου.
24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?
Ταλαίπωρος ἐγὼ ἄνθρωπος· τίς με ῥύσεται ἐκ τοῦ σώματος τοῦ θανάτου τούτου;
25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।
Εὐχαριστῶ τῷ Θεῷ διὰ Ἰησοῦ Χριστοῦ τοῦ Κυρίου ἡμῶν. Ἄρα οὖν αὐτὸς ἐγὼ τῷ μὲν νοῒ δουλεύω νόμῳ Θεοῦ, τῇ δὲ σαρκὶ νόμῳ ἁμαρτίας.

< ରୋମୀୟ 7 >