< ରୋମୀୟ 9 >

1 ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,
Ἀλήθειαν λέγω ἐν Χριστῷ, οὐ ψεύδομαι, συμμαρτυρούσης μοι τῆς συνειδήσεώς μου ἐν πνεύματι ἁγίῳ,
2 ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋʼ ସହିତ ସାକ୍ଷ୍ୟ ଦେଉଅଛି।
ὅτι λύπη μοι ἐστὶ μεγάλη, καὶ ἀδιάλειπτος ὀδύνη τῇ καρδίᾳ μου.
3 କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।
Ηὐχόμην γὰρ αὐτὸς ἐγὼ ἀνάθεμα εἶναι ἀπὸ τοῦ Χριστοῦ ὑπὲρ τῶν ἀδελφῶν μου, τῶν συγγενῶν μου κατὰ σάρκα·
4 ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;
οἵτινές εἰσιν Ἰσραηλῖται, ὧν ἡ υἱοθεσία καὶ ἡ δόξα καὶ αἱ διαθῆκαι καὶ ἡ νομοθεσία καὶ ἡ λατρεία καὶ αἱ ἐπαγγελίαι,
5 ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍‍। (aiōn g165)
ὧν οἱ πατέρες, καὶ ἐξ ὧν ὁ Χριστὸς τὸ κατὰ σάρκα, ὁ ὢν ἐπὶ πάντων, Θεὸς εὐλογητὸς εἰς τοὺς αἰῶνας. Ἀμήν. (aiōn g165)
6 କିନ୍ତୁ ଈଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Οὐχ οἷον δὲ ὅτι ἐκπέπτωκεν ὁ λόγος τοῦ Θεοῦ. Οὐ γὰρ πάντες οἱ ἐξ Ἰσραήλ, οὗτοι Ἰσραήλ·
7 କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”
οὐδ᾿ ὅτι εἰσὶ σπέρμα Ἀβραάμ, πάντες τέκνα· ἀλλ᾿ Ἐν Ἰσαὰκ κληθήσεταί σοι σπέρμα.
8 ଏହାର ଅର୍ଥ ଯେ, ଯେଉଁମାନେ ଶାରୀରିକ ଭାବେ ସନ୍ତାନ, ସେମାନେ ଯେ ଈଶ୍ବରଙ୍କ ସନ୍ତାନ, ତାହା ନୁହେଁ, କିନ୍ତୁ ପ୍ରତିଜ୍ଞାର ସନ୍ତାନ ବଂଶ ରୂପେ ଗଣିତ ହୁଅନ୍ତି।
Τοῦτ᾿ ἔστιν, οὐ τὰ τέκνα τῆς σαρκός, ταῦτα τέκνα τοῦ Θεοῦ· ἀλλὰ τὰ τέκνα τῆς ἐπαγγελίας λογίζεται εἰς σπέρμα.
9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ।
Ἐπαγγελίας γὰρ ὁ λόγος οὗτος, Κατὰ τὸν καιρὸν τοῦτον ἐλεύσομαι, καὶ ἔσται τῇ Σάρρᾳ υἱός.
10 ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍‍ ଆମ୍ଭମାନଙ୍କ ପିତୃ-ପୁରୁଷ ଇସ୍‌ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ,
Οὐ μόνον δέ, ἀλλὰ καὶ Ῥεβέκκα ἐξ ἑνὸς κοίτην ἔχουσα, Ἰσαὰκ τοῦ πατρὸς ἡμῶν —
11 ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,
μήπω γὰρ γεννηθέντων, μηδὲ πραξάντων τι ἀγαθὸν ἢ κακόν, ἵνα ἡ κατ᾿ ἐκλογὴν τοῦ Θεοῦ πρόθεσις μένῃ, οὐκ ἐξ ἔργων, ἀλλ᾿ ἐκ τοῦ καλοῦντος,
12 ଏଥିନିମନ୍ତେ ଏହି କଥା ତାହାଙ୍କୁ କୁହାଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ;
ἐρρήθη αὐτῇ ὅτι Ὁ μείζων δουλεύσει τῷ ἐλάσσονι.
13 ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’”
Καθὼς γέγραπται, Τὸν Ἰακὼβ ἠγάπησα, τὸν δὲ Ἠσαῦ ἐμίσησα.
14 ତେବେ ଆମ୍ଭେମାନେ କଅଣ କହିବା? ଈଶ୍ବରଙ୍କଠାରେ କି ଅନ୍ୟାୟ ଅଛି? ତାହା କେବେ ହେଁ ନ ହେଉ।
Τί οὖν ἐροῦμεν; Μὴ ἀδικία παρὰ τῷ Θεῷ; Μὴ γένοιτο.
15 କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”
Τῷ γὰρ Μωσῇ λέγει, Ἐλεήσω ὃν ἂν ἐλεῶ, καὶ οἰκτειρήσω ὃν ἂν οἰκτείρω.
16 ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ।
Ἄρα οὖν οὐ τοῦ θέλοντος, οὐδὲ τοῦ τρέχοντος, ἀλλὰ τοῦ ἐλεοῦντος Θεοῦ.
17 ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”
Λέγει γὰρ ἡ γραφὴ τῷ Φαραὼ ὅτι Εἰς αὐτὸ τοῦτο ἐξήγειρά σε, ὅπως ἐνδείξωμαι ἐν σοὶ τὴν δύναμίν μου, καὶ ὅπως διαγγελῇ τὸ ὄνομά μου ἐν πάσῃ τῇ γῇ.
18 ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।
Ἄρα οὖν ὃν θέλει ἐλεεῖ· ὃν δὲ θέλει σκληρύνει.
19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?
Ἐρεῖς οὖν μοι, Τί ἔτι μέμφεται; Τῷ γὰρ βουλήματι αὐτοῦ τίς ἀνθέστηκε;
20 କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?
Μενοῦνγε, ὦ ἄνθρωπε, σὺ τίς εἶ ὁ ἀνταποκρινόμενος τῷ Θεῷ; Μὴ ἐρεῖ τὸ πλάσμα τῷ πλάσαντι, Τί με ἐποίησας οὕτως;
21 କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ?
Ἢ οὐκ ἔχει ἐξουσίαν ὁ κεραμεὺς τοῦ πηλοῦ, ἐκ τοῦ αὐτοῦ φυράματος ποιῆσαι ὃ μὲν εἰς τιμὴν σκεῦος, ὃ δὲ εἰς ἀτιμίαν;
22 କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,
Εἰ δὲ θέλων ὁ Θεὸς ἐνδείξασθαι τὴν ὀργήν, καὶ γνωρίσαι τὸ δυνατὸν αὐτοῦ, ἤνεγκεν ἐν πολλῇ μακροθυμίᾳ σκεύη ὀργῆς κατηρτισμένα εἰς ἀπώλειαν·
23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କଅଣ କହିବ?
καὶ ἵνα γνωρίσῃ τὸν πλοῦτον τῆς δόξης αὐτοῦ ἐπὶ σκεύη ἐλέους, ἃ προητοίμασεν εἰς δόξαν,
24 ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,
οὓς καὶ ἐκάλεσεν ἡμᾶς οὐ μόνον ἐξ Ἰουδαίων, ἀλλὰ καὶ ἐξ ἐθνῶν;
25 ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।”
Ὡς καὶ ἐν τῷ Ὡσηὲ λέγει, Καλέσω τὸν οὐ λαόν μου λαόν μου· καὶ τὴν οὐκ ἠγαπημένην ἠγαπημένην.
26 ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”
Καὶ ἔσται, ἐν τῷ τόπῳ οὗ ἐρρήθη αὐτοῖς, Οὐ λαός μου ὑμεῖς, ἐκεῖ κληθήσονται υἱοὶ Θεοῦ ζῶντος.
27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;
Ἠσαΐας δὲ κράζει ὑπὲρ τοῦ Ἰσραήλ, Ἐὰν ᾖ ὁ ἀριθμὸς τῶν υἱῶν Ἰσραὴλ ὡς ἡ ἄμμος τῆς θαλάσσης, τὸ κατάλειμμα σωθήσεται·
28 ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।”
λόγον γὰρ συντελῶν καὶ συντέμνων ἐν δικαιοσύνῃ· ὅτι λόγον συντετμημένον ποιήσει Κύριος ἐπὶ τῆς γῆς.
29 ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”
Καὶ καθὼς προείρηκεν Ἠσαΐας, Εἰ μὴ Κύριος Σαβαὼθ ἐγκατέλιπεν ἡμῖν σπέρμα, ὡς Σόδομα ἂν ἐγενήθημεν, καὶ ὡς Γόμορρα ἂν ὡμοιώθημεν.
30 ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
Τί οὖν ἐροῦμεν; Ὅτι ἔθνη τὰ μὴ διώκοντα δικαιοσύνην, κατέλαβε δικαιοσύνην, δικαιοσύνην δὲ τὴν ἐκ πίστεως·
31 କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
Ἰσραὴλ δέ, διώκων νόμον δικαιοσύνης, εἰς νόμον δικαιοσύνης οὐκ ἔφθασε.
32 କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
Διὰ τί; Ὅτι οὐκ ἐκ πίστεως, ἀλλ᾿ ὡς ἐξ ἔργων νόμου· προσέκοψαν γὰρ τῷ λίθῳ τοῦ προσκόμματος,
33 ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”
καθὼς γέγραπται, Ἰδοὺ τίθημι ἐν Σιὼν λίθον προσκόμματος καὶ πέτραν σκανδάλου· καὶ πᾶς ὁ πιστεύων ἐπ᾿ αὐτῷ οὐ καταισχυνθήσεται.

< ରୋମୀୟ 9 >