< ରୂତ 1 >

1 ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।
It happened in the days when the judges ruled that there was a famine in the land, and a certain man of Bethlehem of Judah went to the country of Moab with his wife and his two sons.
2 ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।
The name of the man was Elimelek, and the name of his wife was Naomi. The names of his two sons were Mahlon and Kilion, who were Ephrathites of Bethlehem of Judah. They arrived at the country of Moab and lived there.
3 ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।
Then Elimelek, Naomi's husband, died, and she was left with her two sons.
4 ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।
These sons took wives from the women of Moab; the name of one was Orpah, and the name of the other was Ruth. They lived there for about ten years.
5 ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।
Then both Mahlon and Kilion died, leaving Naomi without her husband and without her two children.
6 ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।
Then Naomi decided to leave Moab with her daughters-in-law and return to Judah because she had heard in the region of Moab that Yahweh had helped his people in need and had given them food.
7 ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।
So she left the place where she had been with her two daughters-in-law, and they walked down the road to return to the land of Judah.
8 ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।
Naomi said to her two daughters-in-law, “Go, return, each of you, to your mother's house. May Yahweh show kindness toward you, as you have shown kindness toward the dead and toward me.
9 ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
May the Lord grant you that you find rest, each of you in the house of another husband.” Then she kissed them, and they raised their voices and cried.
10 ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”
They said to her, “No! We will return with you to your people.”
11 ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?
But Naomi said, “Turn back, my daughters! Why will you go with me? Do I still have sons in my womb for you, so that they may become your husbands?
12 ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,
Turn back, my daughters, go your own way, for I am too old to have a husband. If I said, 'I hope I get a husband tonight,' and then give birth to sons,
13 ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।”
would you therefore wait until they were grown? Would you choose not to marry a husband? No, my daughters! It is exceedingly bitter to me for your sake that the hand of Yahweh has gone out against me.”
14 ଏଥିରେ ସେମାନେ ପୁନର୍ବାର ଉଚ୍ଚସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା।
Then her daughters-in-law lifted up their voices and cried again. Orpah kissed her mother-in-law farewell, but Ruth held on to her.
15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”
Naomi said, “Listen, your sister-in-law has gone back to her people and to her gods. Go back with your sister-in-law.”
16 ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍‍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
But Ruth said, “Do not make me go away from you, for where you go, I will go; where you stay, I will stay; your people will be my people, and your God will be my God.
17 ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
Where you die, I will die, and there I will be buried. May Yahweh punish me, and even more, if anything but death ever separates us.”
18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।
When Naomi saw that Ruth was determined to go with her, she stopped arguing with her.
19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”
So the two traveled until they came to the town of Bethlehem. It happened that when they arrived in Bethlehem, the entire town was very excited about them. The women said, “Is this Naomi?”
20 ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।
But she said to them, “Do not call me Naomi. Call me Bitter, for the Almighty has dealt very bitterly with me.
21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”
I went out full, but Yahweh has brought me home again empty. So why do you call me Naomi, seeing Yahweh has condemned me, that the Almighty has afflicted me?”
22 ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।
So Naomi and Ruth the Moabite woman, her daughter-in-law, returned from the country of Moab. They came to Bethlehem at the beginning of the barley harvest.

< ରୂତ 1 >