< ପରମ ଗୀତ 2 >

1 ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
ego flos campi et lilium convallium
2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
sicut lilium inter spinas sic amica mea inter filias
3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।
sicut malum inter ligna silvarum sic dilectus meus inter filios sub umbra illius quam desideraveram sedi et fructus eius dulcis gutturi meo
4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
introduxit me in cellam vinariam ordinavit in me caritatem
5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।
fulcite me floribus stipate me malis quia amore langueo
6 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
leva eius sub capite meo et dextera illius amplexabitur me
7 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
adiuro vos filiae Hierusalem per capreas cervosque camporum ne suscitetis neque evigilare faciatis dilectam quoadusque ipsa velit
8 ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
vox dilecti mei ecce iste venit saliens in montibus transiliens colles
9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
similis est dilectus meus capreae hinuloque cervorum en ipse stat post parietem nostrum despiciens per fenestras prospiciens per cancellos
10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
et dilectus meus loquitur mihi surge propera amica mea formonsa mea et veni
11 କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
iam enim hiemps transiit imber abiit et recessit
12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
flores apparuerunt in terra tempus putationis advenit vox turturis audita est in terra nostra
13 ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
ficus protulit grossos suos vineae florent dederunt odorem surge amica mea speciosa mea et veni
14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
columba mea in foraminibus petrae in caverna maceriae ostende mihi faciem tuam sonet vox tua in auribus meis vox enim tua dulcis et facies tua decora
15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
capite nobis vulpes vulpes parvulas quae demoliuntur vineas nam vinea nostra floruit
16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
dilectus meus mihi et ego illi qui pascitur inter lilia
17 ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।
donec adspiret dies et inclinentur umbrae revertere similis esto dilecte mi capreae aut hinulo cervorum super montes Bether

< ପରମ ଗୀତ 2 >