< ପରମ ଗୀତ 2 >
1 ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
Mimi ni ua la Sharoni, yungiyungi ya bondeni.
2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
Kama yungiyungi katikati ya miiba ndivyo alivyo mpenzi wangu katikati ya wanawali.
3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।
Kama mti wa mtofaa miongoni mwa miti ya msituni ndivyo alivyo mpenzi wangu miongoni mwa wanaume vijana. Ninafurahia kuketi kivulini mwa mwanaume huyu, na tunda lake ni tamu kwangu.
4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।
Amenichukua mpaka kwenye ukumbi wa karamu, na bendera ya huyu mwanaume juu yangu ni upendo.
5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।
Nitie nguvu kwa zabibu kavu, niburudishe kwa matofaa, kwa maana ninazimia kwa mapenzi.
6 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।
Mkono wake wa kushoto uko chini ya kichwa changu, na mkono wake wa kuume unanikumbatia.
7 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।
Binti za Yerusalemu, ninawaagiza kwa paa na kwa ayala wa shambani: Msichochee wala kuamsha mapenzi hata yatakapotaka yenyewe.
8 ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।
Sikiliza! Mpenzi wangu! Tazama! Huyu hapa anakuja, akirukaruka juu milimani akizunguka juu ya vilima.
9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।
Mpenzi wangu ni kama paa au ayala kijana. Tazama! Anasimama nyuma ya ukuta wetu, akitazama kupitia madirishani, akichungulia kimiani.
10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Mpenzi wangu alizungumza na kuniambia, “Inuka, mpenzi wangu, mrembo wangu, tufuatane.
11 କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;
Tazama! Wakati wa masika umepita, mvua imekwisha na ikapita.
12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;
Maua yanatokea juu ya nchi; majira ya kuimba yamewadia, sauti za njiwa zinasikika katika nchi yetu.
13 ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।
Mtini unatunga matunda yake ya mwanzoni, zabibu zinazochanua zaeneza harufu nzuri. Inuka, njoo mpenzi wangu. Mrembo wangu, tufuatane.”
14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।
Hua wangu penye nyufa za majabali, mafichoni pembezoni mwa mlima, nionyeshe uso wako, na niisikie sauti yako, kwa maana sauti yako ni tamu, na uso wako unapendeza.
15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”
Tukamatie mbweha, mbweha wale wadogo wanaoharibu mashamba ya mizabibu, mashamba yetu ya mizabibu yaliyochanua.
16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।
Mpenzi wangu ni wangu, nami ni wake, yeye hujilisha katikati ya yungiyungi.
17 ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।
Mpaka jua linapochomoza, na vivuli vikimbie, rudi, mpenzi wangu, na uwe kama paa, au kama ayala kijana juu ya vilima vya Betheri.