< ପରମ ଗୀତ 4 >

1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
הנך יפה רעיתי הנך יפה עיניך יונים מבעד לצמתך שערך כעדר העזים שגלשו מהר גלעד׃
2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
שניך כעדר הקצובות שעלו מן הרחצה שכלם מתאימות ושכלה אין בהם׃
3 ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
כחוט השני שפתתיך ומדבריך נאוה כפלח הרמון רקתך מבעד לצמתך׃
4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
כמגדל דויד צוארך בנוי לתלפיות אלף המגן תלוי עליו כל שלטי הגבורים׃
5 କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
שני שדיך כשני עפרים תאומי צביה הרועים בשושנים׃
6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
עד שיפוח היום ונסו הצללים אלך לי אל הר המור ואל גבעת הלבונה׃
7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
כלך יפה רעיתי ומום אין בך׃
8 ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
אתי מלבנון כלה אתי מלבנון תבואי תשורי מראש אמנה מראש שניר וחרמון ממענות אריות מהררי נמרים׃
9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।
לבבתני אחתי כלה לבבתיני באחד מעיניך באחד ענק מצורניך׃
10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!
מה יפו דדיך אחתי כלה מה טבו דדיך מיין וריח שמניך מכל בשמים׃
11 ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।
נפת תטפנה שפתותיך כלה דבש וחלב תחת לשונך וריח שלמתיך כריח לבנון׃
12 ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
גן נעול אחתי כלה גל נעול מעין חתום׃
13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,
שלחיך פרדס רמונים עם פרי מגדים כפרים עם נרדים׃
14 ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।
נרד וכרכם קנה וקנמון עם כל עצי לבונה מר ואהלות עם כל ראשי בשמים׃
15 ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ।
מעין גנים באר מים חיים ונזלים מן לבנון׃
16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
עורי צפון ובואי תימן הפיחי גני יזלו בשמיו יבא דודי לגנו ויאכל פרי מגדיו׃

< ପରମ ଗୀତ 4 >