< ପରମ ଗୀତ 5 >

1 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
I have come to my garden, my sister-spouse, I have plucked my myrrh with my spice, I have eaten my comb with my honey, I have drunk my wine with my milk. Eat, O friends, drink, Indeed, drink abundantly, O beloved ones!
2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
I am sleeping, but my heart wakes: The sound of my beloved knocking! “Open to me, my sister, my friend, My dove, my perfect one, For my head is filled [with] dew, My locks [with] drops of the night.”
3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?
I have put off my coat, how do I put it on? I have washed my feet, how do I defile them?
4 ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
My beloved sent his hand from the network, And my bowels were moved for him.
5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
I rose to open to my beloved, And my hands dripped myrrh, Indeed, my fingers were flowing [with] myrrh, On the handles of the lock.
6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
I opened to my beloved, But my beloved withdrew—he passed on, My soul went forth when he spoke, I sought him, and did not find him. I called him, and he did not answer me.
7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ।
The watchmen who go around the city, Found me, struck me, wounded me, Keepers of the walls lifted up my veil from off me.
8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।
I have adjured you, daughters of Jerusalem, If you find my beloved—What do you tell him? That I [am] sick with love!
9 ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?
What [is] your beloved above [any] beloved, O beautiful among women? What [is] your beloved above [any] beloved, That thus you have adjured us?
10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
My beloved [is] clear and ruddy, Conspicuous above a myriad!
11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
His head [is] pure gold—fine gold, His locks flowing, dark as a raven,
12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ।
His eyes as doves by streams of water, Washing in milk, sitting in fullness.
13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
His cheeks [are] as a bed of the spice, towers of perfumes, His lips—lilies, dripping [and] flowing [with] myrrh,
14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
His hands rings of gold, set with beryl, His heart bright ivory, covered with sapphires,
15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
His limbs pillars of marble, Founded on sockets of fine gold, His appearance as Lebanon, choice as the cedars.
16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।
His mouth is sweetness—and all of him desirable, This [is] my beloved, and this my friend, O daughters of Jerusalem!

< ପରମ ଗୀତ 5 >