< ପରମ ଗୀତ 6 >

1 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ?
«Kvar helst er han gjengen, din ven, du fagraste dros? Kvar helst hev din ven svive av, so me kann leita med deg?»
2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
«Min ven gjekk til hagen sin ned, til balsam-sengjer, til å gjæta i hagom og liljor sanka.»
3 ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
«Min ven er min og eg er hans, han som gjæter millom liljor.»
4 ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
«Du er fager, du min hugnad, som Tirsa, som Jerusalem er du frid, som herfylgje ageleg.
5 ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
Snu augo dine ifrå meg, for dei magtstel meg. Ditt hår er ein geiteflokk likt, ned Gilead renn.
6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
Dine tenner ein flokk med sauer, komne upp or laug, med tvillingar alle, utan lamb er ingen.
7 ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
Som eit granateple-brot din tinning glytter fram attum slør.
8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
Seksti dronningar, åtteti fylgjekvende, av møyar ein endelaus lyd.
9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
Men ei einast’ mi duva, mi frægd, einaste barnet til mor, brikna hennar som henne åtte. Ho vert sælka av møyar, henne ser, av dronningar og fylgjekvende lova.»
10 ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ?
«Kven er ho som lik morgonroden gloser, som fullmånen fager, brikjeleg som sol, som herfylgje ageleg?»
11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।
«Eg gjekk ned i natahagen, vilde sjå kor det grønkast i dale, vilde sjå um vintreet spratt, um granateple-treet bar blom.
12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।
Eg visste’kje av, fyrr hugen meg drog og meg sette på mitt gjæve folks vogn.»
13 ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?
«Å, snu deg, snu deg, Sulammit! Snu deg, snu deg, so me deg ser.» «Kva er det å sjå på Sulammit?» «Ein dans som i Mahanajim.»

< ପରମ ଗୀତ 6 >