< ପରମ ଗୀତ 7 >

1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
Chorus Quam pulchri sunt gressus tui in calceamentis, filia principis! Juncturæ femorum tuorum sicut monilia quæ fabricata sunt manu artificis.
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
Umbilicus tuus crater tornatilis, numquam indigens poculis. Venter tuus sicut acervus tritici vallatus liliis.
3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
Duo ubera tua sicut duo hinnuli, gemelli capreæ.
4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
Collum tuum sicut turris eburnea; oculi tui sicut piscinæ in Hesebon quæ sunt in porta filiæ multitudinis. Nasus tuus sicut turris Libani, quæ respicit contra Damascum.
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
Caput tuum ut Carmelus; et comæ capitis tui sicut purpura regis vincta canalibus.
6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
Sponsus Quam pulchra es, et quam decora, carissima, in deliciis!
7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
Statura tua assimilata est palmæ, et ubera tua botris.
8 ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
Dixi: Ascendam in palmam, et apprehendam fructus ejus; et erunt ubera tua sicut botri vineæ, et odor oris tui sicut malorum.
9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
Guttur tuum sicut vinum optimum, dignum dilecto meo ad potandum, labiisque et dentibus illius ad ruminandum.
10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।
Sponsa Ego dilecto meo, et ad me conversio ejus.
11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।
Veni, dilecte mi, egrediamur in agrum, commoremur in villis.
12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
Mane surgamus ad vineas: videamus si floruit vinea, si flores fructus parturiunt, si floruerunt mala punica; ibi dabo tibi ubera mea.
13 ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
Mandragoræ dederunt odorem in portis nostris omnia poma: nova et vetera, dilecte mi, servavi tibi.]

< ପରମ ଗୀତ 7 >