< ପରମ ଗୀତ 7 >
1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
Jinsi gani miguu yako ilivyo yaonekana mizuri kwenye viatu, binti wa mfalme! Mapaja yako ni kama mikufu, kama kazi ya mjenzi.
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
Kitovu chako ni kama duara la bakuli; kamwe kisikose mchanganyiko wa mvinyo. Tumbo lako ni kama ngano iliyo umuka na kuzungushiwa nyinyoro.
3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
Maziwa yako mawili ni kama watoto wawili wa ayala, mapacha wa ayala.
4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
Shingo yako ni kama mnara wa pembe; macho yako ni kama maziwa ya Heshiboni kwenye lango la Bathi Rabimu. Pua yako ni kama mnara wa Lebanoni ambao watazama Damasko.
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
Kichwa chako ni kama Karmeli; nywele kichwani mwako ni za zambarau nyeusi. Mfalme amestaajabishwa na vifundo vyake vya nywele.
6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!
Jinsi gani ulivyo mzuri na wakupendeza, mpenzi, na mazuri yako.
7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
Urefu wako ni wa kama mti wa mtende, na maziwa yako kama vifungu vya matunda.
8 ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
Niliwaza, “Ninataka kuupanda huo mti wa mtende; nitashika matawi yake.” Maziwa yako nayawe kama vifungu vya mizabibu, na harufu ya pua yako yawe kama mapera.
9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
Mdomo wako na uwe kama mvinyo bora, ukishuka taratibu kwa mpenzi wangu, ukiteleza kwenye midomo yetu na meno. Mwanamke mdogo akizungumza mwenyewe
10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।
Mimi ni wa mpenzi wangu, na ananitamani.
11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।
Njoo, mpenzi wangu, twende nje ya mji; tu lala usiku kwenye vijiji.
12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।
Tuamke mapema twende kwenye mashamba ya mizabibu; tuone kama mizabibu imemea, kama imechipua, na kama mikomamanga imetoa mau. Pale nitakupa penzi langu.
13 ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।
Mitunguja ya toa harufu yake; katika mlango wa tunapoishi kuna kila aina ya matunda, mpya na ya kale, niliyo kuhifadhia, mpenzi wangu.