< ପରମ ଗୀତ 8 >

1 ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।
巴不得你像我的兄弟, 像吃我母親奶的兄弟; 我在外頭遇見你就與你親嘴, 誰也不輕看我。
2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।
我必引導你, 領你進我母親的家; 我可以領受教訓, 也就使你喝石榴汁釀的香酒。
3 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।
他的左手必在我頭下; 他的右手必將我抱住。
4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
耶路撒冷的眾女子啊, 我囑咐你們: 不要驚動、不要叫醒我所親愛的, 等他自己情願。
5 ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
那靠着良人從曠野上來的是誰呢? 〔新娘〕 我在蘋果樹下叫醒你。 你母親在那裏為你劬勞; 生養你的在那裏為你劬勞。
6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। (Sheol h7585)
求你將我放在你心上如印記, 帶在你臂上如戳記。 因為愛情如死之堅強, 嫉恨如陰間之殘忍; 所發的電光是火焰的電光, 是耶和華的烈焰。 (Sheol h7585)
7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।
愛情,眾水不能熄滅, 大水也不能淹沒。 若有人拿家中所有的財寶要換愛情, 就全被藐視。
8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକୁ ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା?
我們有一小妹; 她的兩乳尚未長成, 人來提親的日子, 我們當為她怎樣辦理?
9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।
她若是牆, 我們要在其上建造銀塔; 她若是門, 我們要用香柏木板圍護她。
10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।
我是牆; 我兩乳像其上的樓。 那時,我在他眼中像得平安的人。
11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।
所羅門在巴力‧哈們有一葡萄園; 他將這葡萄園交給看守的人, 為其中的果子必交一千舍客勒銀子。
12 ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।
我自己的葡萄園在我面前。 所羅門哪,一千舍客勒歸你, 二百舍客勒歸看守果子的人。
13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।
你這住在園中的, 同伴都要聽你的聲音, 求你使我也得聽見。
14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
我的良人哪,求你快來! 如羚羊或小鹿在香草山上。

< ପରମ ଗୀତ 8 >