< ପରମ ଗୀତ 1 >

1 ଶଲୋମନଙ୍କର ପରମ ଗୀତ।
Le cantique des cantiques, qui est de Salomon.
2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
Qu'il me baise des baisers de sa bouche! Car tes amours sont plus agréables que le vin.
3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।
Tes parfums ont une odeur suave, ton nom est comme un parfum répandu; c'est pourquoi les jeunes filles t'ont aimé.
4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।
Entraîne-moi, et nous courrons après toi! Le roi m'a fait entrer dans ses appartements. Nous nous égaierons et nous réjouirons en toi; nous célébrerons tes amours plus que le vin. Les hommes droits t'ont aimé.
5 ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।
O filles de Jérusalem, je suis brune, mais belle. Je suis comme les tentes de Kédar, et comme les pavillons de Salomon.
6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।
Ne prenez pas garde que je suis brune, car le soleil m'a regardée; les enfants de ma mère se sont irrités contre moi, ils m'ont mise à garder les vignes. Ma vigne, à moi, je ne l'ai point gardée.
7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?
Dis-moi, ô toi qu'aime mon âme, où tu pais ton troupeau, et où tu le fais reposer sur le midi; car pourquoi serais-je comme une femme errante auprès des troupeaux de tes compagnons?
8 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।
Si tu ne le sais pas, ô la plus belle d'entre les femmes, sors sur les traces du troupeau, et pais tes chevrettes auprès des cabanes des bergers.
9 ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।
Ma bien-aimée, je te compare à ma cavale qu'on attelle aux chars de Pharaon.
10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ।
Tes joues ont bonne grâce avec les atours, et ton cou avec les colliers.
11 ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା।
Nous te ferons des atours d'or, avec des boutons d'argent.
12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା।
Tandis que le roi était assis à table, mon nard exhalait son parfum.
13 ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।
Mon bien-aimé est pour moi un sachet de myrrhe; il reposera sur mon sein.
14 ମୋʼ ପ୍ରିୟତମ ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
Mon bien-aimé est pour moi une grappe de troëne, dans les vignes d'En-guédi.
15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
Que tu es belle, ma bien-aimée, que tu es belle! Tes yeux sont ceux des colombes.
16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।
Que tu es beau, mon bien-aimé; que tu es agréable!
17 ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା।
Notre couche est un lit de verdure. Les poutres de nos maisons sont des cèdres, et nos lambris des cyprès.

< ପରମ ଗୀତ 1 >