< ତୀତସ 3 >
1 ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Ba de ya bi wa ba bahtu mba nu beh chua mba wo tere mba.
2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।
U ka llah ni bawu du mba na mere idi na mba kana sen iyu ni idina. du mba zo mba ni mi sisunron.
3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
Na kima khi na sun ni buh na khi na kpakyeme ni kpabuna.
4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
Ni toh kima Irji a ji ikpan shishi ye.
5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Ana hei ni tu indu dedema wa khi ti na. irji a glata ni iyi Yesu
6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,
irji a nuta Ibrji Tsra tsra gbugbuu ni tu Yesu. Wa a ye kpata chuwoa.
7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ। (aiōnios )
A teenaki du khi sun kasaisai ni seisei. (aiōnios )
8 ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।
I wayi a hi ton du jaji. Mei sun du tere tere ki bei wa ba kpa Irji teh u jaji mba zere zere u dedema.
9 କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହିସବୁ କ୍ଷତିଜନକ ଓ ଅସାର।
U ka domeh ni seh yun u kukulu. ni mbala gye gyere. U sun yun ni tu ibeh U Irji. Ikpi mba ki mba na no ta ipkina.
10 ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;
Kahme ni idi wa ani chah mba wa ana son tsrei tsrei niyi na.
11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।
Bika toh nji kima ana zren tsrei tsrei na.
12 ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।
Uwa me ton Artemas ka Tychikus ni wu, ndu ye gbagbla ni me ni Nicopolis ndu su son ni men.
13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।
U tru Zinas gbagbla, wa a to mlazren ni Appolos ni kon wa ba he ni
14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।
A bi duu ijinbu idi bu khi yah de te kpi dedema da yibi ulu'a ani ye gba gbla du mba na sun hlegana.
15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
Bei wa'a ba hey ni mei mba chiu. chi bei wa'a mba kpakyeme ni ta ni mi itere u jaji. zeze i irji du sun ni yi wa wuu.