< ଯିଖରୀୟ 1 >
1 ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
In the eighth month, in the second year of Darius, came the word of Jehovah unto Zechariah the prophet, the son of Berechiah, the son of Iddo, saying,
2 “ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
Jehovah hath been very wroth with your fathers.
3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
And thou shalt say unto them, Thus saith Jehovah of hosts: Return unto me, saith Jehovah of hosts, and I will return unto you, saith Jehovah of hosts.
4 ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।
Be ye not as your fathers, unto whom the former prophets cried, saying, Thus saith Jehovah of hosts: Turn ye now from your evil ways, and from your evil doings; but they did not hearken nor attend unto me, saith Jehovah.
5 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
Your fathers, where are they? and the prophets, do they live for ever?
6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
But my words and my statutes, which I commanded my servants the prophets, did they not overtake your fathers? And they turned and said, Like as Jehovah of hosts thought to do unto us, according to our ways and according to our doings, so hath he dealt with us.
7 ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
Upon the four and twentieth day of the eleventh month, which is the month Shebat, in the second year of Darius, came the word of Jehovah unto Zechariah the prophet, the son of Berechiah, the son of Iddo, saying,
8 “ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
I saw by night, and behold, a man riding upon a red horse, and he stood among the myrtle-trees that were in the low valley; and behind him were red, bay, and white horses.
9 ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’
And I said, My lord, what are these? And the angel that talked with me said unto me, I will shew thee what these are.
10 ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
And the man that stood among the myrtle-trees answered and said, These are they whom Jehovah hath sent to walk to and fro through the earth.
11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
And they answered the angel of Jehovah that stood among the myrtle-trees, and said, We have walked to and fro through the earth, and behold, all the earth sitteth still and is at rest.
12 ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
And the angel of Jehovah answered and said, Jehovah of hosts, how long wilt thou not have mercy on Jerusalem and on the cities of Judah, against which thou hast had indignation these seventy years?
13 ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
And Jehovah answered the angel that talked with me good words, comforting words.
14 ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
And the angel that talked with me said unto me, Cry, saying, Thus saith Jehovah of hosts: I am jealous for Jerusalem and for Zion with a great jealousy,
15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
and I am wroth exceedingly with the nations that are at ease; for I was but a little wroth, and they helped forward the affliction.
16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Therefore thus saith Jehovah: I am returned to Jerusalem with mercies: my house shall be built in it, saith Jehovah of hosts, and the line shall be stretched forth upon Jerusalem.
17 ‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
Cry further, saying, Thus saith Jehovah of hosts: My cities shall yet overflow with prosperity, and Jehovah shall yet comfort Zion, and shall yet choose Jerusalem.
18 ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
And I lifted up mine eyes, and saw, and behold four horns.
19 ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
And I said unto the angel that talked with me, What are these? And he said to me, These are the horns which have scattered Judah, Israel, and Jerusalem.
20 ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
And Jehovah shewed me four craftsmen.
21 ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”
And I said, What come these to do? And he spoke, saying, Those are the horns which scattered Judah, so that no man lifted up his head; but these are come to affright them, to cast out the horns of the nations, which lifted up the horn against the land of Judah to scatter it.