< ଯିଖରୀୟ 10 >

1 ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
あなたがたは春の雨の時に、雨を主に請い求めよ。主はいなずまを造り、大雨を人々に賜い、野の青草をおのおのに賜わる。
2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।
テラピムは、たわごとを言い、占い師は偽りを見、夢見る者は偽りの夢を語り、むなしい慰めを与える。このゆえに、民は羊のようにさまよい、牧者がないために悩む。
3 “ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।
「わが怒りは牧者にむかって燃え、わたしは雄やぎを罰する。万軍の主が、その群れの羊であるユダの家を顧み、これをみごとな軍馬のようにされるからである。
4 ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧ-ଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
隅石は彼らから出、天幕の杭も彼らから出、いくさ弓も彼らから出、支配者も皆彼らの中から出る。
5 ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।
彼らが戦う時は勇士のようになって、道ばたの泥の中に敵を踏みにじる。主が彼らと共におられるゆえに彼らは戦い、馬に乗る者どもを困らせる。
6 ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
わたしはユダの家を強くし、ヨセフの家を救う。わたしは彼らをあわれんで、彼らを連れ帰る。彼らはわたしに捨てられたことのないようになる。わたしは彼らの神、主であって、彼らに答えるからである。
7 ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
エフライムびとは勇士のようになり、その心は酒を飲んだように喜ぶ。その子供らはこれを見て喜び、その心は主によって楽しむ。
8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
わたしは彼らに向かい、口笛を吹いて彼らを集める、わたしが彼らをあがなったからである。彼らは昔のように数多くなる。
9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
わたしは彼らを国々の民の中に散らした。しかし彼らは遠い国々でわたしを覚え、その子供らと共に生きながらえて帰ってくる。
10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
わたしは彼らをエジプトの国から連れ帰り、アッスリヤから彼らを集める。わたしはギレアデの地およびレバノンに彼らを連れて行く。彼らはいる所もないほどに多くなる。
11 ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗ ସମୂହକୁ ପ୍ରହାର କରିବେ ଓ ନୀଳ ନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ଡ ଦୂରୀକୃତ ହେବ।
彼らはエジプトの海を通る。海の波は撃たれ、ナイルの淵はことごとくかれた。アッスリヤの高ぶりは低くされ、エジプトのつえは移り去る。
12 ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।
わたしは彼らを主によって強くする。彼らは主の名を誇る」と主は言われる。

< ଯିଖରୀୟ 10 >